ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ ବୋଲେରୋ ପିକଅପ୍‌(ନଂ-ଓଡ଼ି୧୭ଏଚ୍‌ ୯୭୯୧)କୁ ଜବତ କରାଯାଇଛି। ସେଥିରୁ ୩୧୫୬ ବୋତଲ କଫ୍‌ ସିରପ ମିଳିଛି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତ ବରଗଡ଼ ପୌର ପରିଷଦ ଅଧିନ ୱାର୍ଡ଼ ନଂ-୧୮ ଭାରତୀ ନଗରର ମୂଳ ବାସିନ୍ଦା ତଥା ବର୍ତ୍ତମାନ ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପଣ୍ଡରୀପଥରରେ ରହୁଥିବା ଶହୀଦ ହୁସେନ ଓରଫ୍‌ ଖାନ୍‌(୩୨)ଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ବରଗଡ଼ ଜିଲା କାରାଗାରକୁ ପଠାଇ ଦିଆଯାଇଛି। ଏ ନେଇ ବରଗଡ଼ ଗ୍ରାମାଞ୍ଚଳ ଥାନାରେ ଏକ ମାମଲା(ନଂ-୨୫୫/୨୬) ରୁଜୁ ହୋଇଛି।
ଏ ନେଇ ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ରବିନ୍ଦ୍ରନାଥ ଶତପଥୀ ସୂଚନା ଦେଇ କହିଥିଲେ, ବରଗଡ଼ କଫ୍‌ ସିରପ୍‌ର ହବ୍‌ ପାଲଟି ଯାଇଛି। ଫଳରେ ପୋଲିସ ସବୁବେଳେ ଏଥିପ୍ରତି କଡ଼ା ନଜର ରଖିଛି। ଭୁବନେଶ୍ୱରରୁ ବରଗଡ଼ ଅଭିମୁଖେ ଏକ ବୋଲେରୋ ପିକଅପ୍‌ରେ ବିପୁଳ ପରିମାଣରେ କଫ୍‌ ସିରପ ଆସୁଥିବା ସୂଚନା ମିଳିଥିଲା। ସେହି ସୂଚନାକୁ ଆଧାର କରି ଅତିରିକ୍ତ ଏସ୍‌ପି ପଦାରବିନ୍ଦ ତ୍ରିପାଠୀ ଓ ଏସ୍‌ଡିପିଓ ଏ.ବି ଶିଳ୍ପାଙ୍କ ତତ୍ତ୍ୱାବଧାନରେ ଏକ ପୋଲିସ ଟିମ୍‌ ଗଠନ ହୋଇଥିଲା। ଉକ୍ତ ଟିମ୍‌ ସକାଳୁ ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ତୋରା-ନାଗେନପାଲି ରାସ୍ତାରେ ସେହି କଫ୍‌ ସିରପ ବୋଝେଇ ବୋଲେରୋ ପିକଅପ୍‌କୁ ଜବତ କରିଥିଲେ। ଏହା ସହିତ ଅଭିଯୁକ୍ତ ସହିଦ ହୁସେନଙ୍କୁ ଗିରଫ କରାଯିବା ସହିତ ତାଙ୍କ ପାଖରୁ ଏକ ମୋବାଇଲ ଜବତ ହୋଇଛି।
ଏହି କାରବାରର କିଙ୍ଗପିନ୍‌ ଗତ କିଛିଦିନ ତଳେ ଜେଲରୁ ଜାମିନରେ ବାହାରିଛନ୍ତି। ଜେଲରୁ ବାହାରିବା ପରେ ପୁଣି ସେ ଏହି କାରବାର ଚଲାଇବାକୁ ଉଦ୍ୟମ କରୁଥିଲେ, ତେବେ ଚଢ଼ାଉବେଳେ ସେ ଖସି ଯାଇଛନ୍ତି ଏବଂ ତାଙ୍କୁ ଧରିବା ପାଇଁ ୩ ପୋଲିସ ଟିମ୍‌ ଗଠନ କରାଯାଇଛି ବୋଲି ଏସ୍‌ପି ଶତପଥୀ ସୂଚନା ଦେଇଛନ୍ତି। ଏଥିରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ମଧ୍ୟ ତୁରନ୍ତ ଗିରଫ କରାଯିବ ଏବଂ ଆଇନଗତଭାବେ ସେମାନଙ୍କ ସମ୍ପତ୍ତି ମଧ୍ୟ ବାଜ୍ୟାପ୍ତ କରାଯିବା ଦିଗରେ ପଦକ୍ଷେପ ନିଆଯିବ ବୋଲି ଏସ୍‌ପି ଖବରଦାତା ସମ୍ମିଳନୀରେ କହିଥିଲେ। ସେହିପରି ଅତିରିକ୍ତ ଏସ୍‌ପି ଏ. ବି ଶିଳ୍ପା କହିଥିଲେ, ନିଶା କାରବାରକୁ ଦମନ କରିବା ପାଇଁ ପୋଲିସ ପ୍ରୟାସ ଜାରି ରଖିଛି। ଦଶହରା ପୂର୍ବରୁ ଏତେମାତ୍ରାରେ କଫ୍‌ ସିରପ ଜବତ ହେବା ଏକ ବଡ଼ ସଫଳତା ବୋଲି ଏସ୍‌ଡିପିଓ ଶିଳ୍ପା କହିଥିଲେ। ଖବରଦାତା ସମ୍ମିଳନୀରେ ଏସ୍‌ପି ପଦାରବିନ୍ଦ ତ୍ରିପାଠୀ, ଏସ୍‌ଡ଼ିପିଓ ଏ. ବି ଶିଳ୍ପା ମଧ୍ୟ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?