କାର୍ଯ୍ୟକାରୀ ହେଲାନି କ୍ୟାବିନେଟ ନିଷ୍ପତ୍ତି

ଯାଜପୁର ଅଫିସ,୨ା୪: ସରକାରୀ ଚାକିରିରେ ଥାଇ ମୃତ୍ୟୁ ଘଟୁଥିବା କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ପୁନଃ ଥଇଥାନ ସହାୟତା ବା ରିହାବିଲିଟେଶନ ଆସିଷ୍ଟାଣ୍ଟ (ଆର୍‌ଏ) ନିଯୁକ୍ତିରେ କେବଳ ଚତୁର୍ଥ ଶ୍ରେଣୀ ପଦବୀ ମିଳିବ ବୋଲି ୨୦୨୦ ଫେବୃୟାରୀ ୭ରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଏହି ନିଷ୍ପତ୍ତିକୁ ୨ ବର୍ଷ ଅତିକ୍ରାନ୍ତ ହୋଇସାରିଥିଲେ ହେଁ ରାଜ୍ୟ ନଗର ଉନ୍ନୟନ ବିଭାଗ ଅଧୀନସ୍ଥ ପୌରପାଳିକା, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ମହାନଗର ନିଗମରେ ଏହା କାର୍ଯ୍ୟକାରୀ ହୋଇ ପାରିନାହିଁ। ରାଜ୍ୟର ୧୧୪ ସହରାଞ୍ଚଳର ୧୩୨ ଜଣ ଆଶାୟୀ ଏଭଳି ନିଯୁକ୍ତି ଅପେକ୍ଷାରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କ ବୟସ ମଧ୍ୟ ଅତିକ୍ରାନ୍ତ ହୋଇ ସାରିଥିବାରୁ ସେମାନେ ନିଯୁକ୍ତି ଆଶା ହରାଇ ସାରିଛନ୍ତି ବୋଲି କ୍ଷୋଭ ପ୍ରକାଶ ପାଇଛି।
ସୂଚନାଯୋଗ୍ୟ ଯେ, ଓଡ଼ିଶା ବେସାମରିକ ସେବା ନିୟମାବଳୀ-୧୯୯୦କୁ ରାଜ୍ୟ ସରକାର ଉପରୋକ୍ତ କ୍ୟାବିନେଟ ବୈଠକରେ ସଂଶୋଧନ କରିଥିଲେ। ପୂର୍ବରୁ ମୃତ କର୍ମଚାରୀଙ୍କ ପରିବାରର ଦୂରବସ୍ଥାକୁ ଦୃଷ୍ଟିରେ ରଖି ସେହି ପରିବାରର ଜଣଙ୍କୁ ତୃତୀୟ କିମ୍ବା ଚତୁର୍ଥ ଶ୍ରେଣୀ ପଦବୀରେ ନିଯୁକ୍ତି ମିଳୁଥିଲା। ପ୍ରଚଳିତ ନିୟମାବଳୀ-୧୯୯୦ ବଦଳରେ ଓଡ଼ିଶା ବେସାମରିକ ସେବା (ପୁନଃ ଥଇଥାନ ସହାୟତା) ନିୟମାବଳୀ-୨୦୨୦ କାର୍ଯ୍ୟକାରୀ ହୋଇଥିଲା। ରାଜ୍ୟ କ୍ୟାବିନେଟରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଥିଲା। ପ୍ରଚଳିତ ନିୟମ ଅନୁଯାୟୀ ତୃତୀୟ ଓ ଚତୁର୍ଥ ଶ୍ରେଣୀର ଖାଲିଥିବା ମୂଳ ପଦବୀ ମଧ୍ୟରୁ ମାତ୍ର ୧୦ ପ୍ରତିଶତ ପଦବୀରେ ଅନୁକମ୍ପାମୂଳକ ନିଯୁକ୍ତି ଦେବାର ବ୍ୟବସ୍ଥା ଥିଲା। ଏଥିଯୋଗୁ ବହୁ ଆବେଦନକାରୀ ନିଯୁକ୍ତି ପାଇବାରୁ ବଞ୍ଚିତ ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି ସରକାର ଅନୁକମ୍ପାମୂଳକ ନିଯୁକ୍ତିକୁ ୧୦ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି। ତେବେ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହୋଇ ପାରି ନ ଥିବାରୁ ବହୁ ଆବେଦନକାରୀ ଅଭାବ ଅନଟନରେ କାଳାତିପାତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri