କାର୍ଯ୍ୟକାରୀ ହେଲାନି କ୍ୟାବିନେଟ ନିଷ୍ପତ୍ତି

ଯାଜପୁର ଅଫିସ,୨ା୪: ସରକାରୀ ଚାକିରିରେ ଥାଇ ମୃତ୍ୟୁ ଘଟୁଥିବା କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ପୁନଃ ଥଇଥାନ ସହାୟତା ବା ରିହାବିଲିଟେଶନ ଆସିଷ୍ଟାଣ୍ଟ (ଆର୍‌ଏ) ନିଯୁକ୍ତିରେ କେବଳ ଚତୁର୍ଥ ଶ୍ରେଣୀ ପଦବୀ ମିଳିବ ବୋଲି ୨୦୨୦ ଫେବୃୟାରୀ ୭ରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଏହି ନିଷ୍ପତ୍ତିକୁ ୨ ବର୍ଷ ଅତିକ୍ରାନ୍ତ ହୋଇସାରିଥିଲେ ହେଁ ରାଜ୍ୟ ନଗର ଉନ୍ନୟନ ବିଭାଗ ଅଧୀନସ୍ଥ ପୌରପାଳିକା, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ମହାନଗର ନିଗମରେ ଏହା କାର୍ଯ୍ୟକାରୀ ହୋଇ ପାରିନାହିଁ। ରାଜ୍ୟର ୧୧୪ ସହରାଞ୍ଚଳର ୧୩୨ ଜଣ ଆଶାୟୀ ଏଭଳି ନିଯୁକ୍ତି ଅପେକ୍ଷାରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କ ବୟସ ମଧ୍ୟ ଅତିକ୍ରାନ୍ତ ହୋଇ ସାରିଥିବାରୁ ସେମାନେ ନିଯୁକ୍ତି ଆଶା ହରାଇ ସାରିଛନ୍ତି ବୋଲି କ୍ଷୋଭ ପ୍ରକାଶ ପାଇଛି।
ସୂଚନାଯୋଗ୍ୟ ଯେ, ଓଡ଼ିଶା ବେସାମରିକ ସେବା ନିୟମାବଳୀ-୧୯୯୦କୁ ରାଜ୍ୟ ସରକାର ଉପରୋକ୍ତ କ୍ୟାବିନେଟ ବୈଠକରେ ସଂଶୋଧନ କରିଥିଲେ। ପୂର୍ବରୁ ମୃତ କର୍ମଚାରୀଙ୍କ ପରିବାରର ଦୂରବସ୍ଥାକୁ ଦୃଷ୍ଟିରେ ରଖି ସେହି ପରିବାରର ଜଣଙ୍କୁ ତୃତୀୟ କିମ୍ବା ଚତୁର୍ଥ ଶ୍ରେଣୀ ପଦବୀରେ ନିଯୁକ୍ତି ମିଳୁଥିଲା। ପ୍ରଚଳିତ ନିୟମାବଳୀ-୧୯୯୦ ବଦଳରେ ଓଡ଼ିଶା ବେସାମରିକ ସେବା (ପୁନଃ ଥଇଥାନ ସହାୟତା) ନିୟମାବଳୀ-୨୦୨୦ କାର୍ଯ୍ୟକାରୀ ହୋଇଥିଲା। ରାଜ୍ୟ କ୍ୟାବିନେଟରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଥିଲା। ପ୍ରଚଳିତ ନିୟମ ଅନୁଯାୟୀ ତୃତୀୟ ଓ ଚତୁର୍ଥ ଶ୍ରେଣୀର ଖାଲିଥିବା ମୂଳ ପଦବୀ ମଧ୍ୟରୁ ମାତ୍ର ୧୦ ପ୍ରତିଶତ ପଦବୀରେ ଅନୁକମ୍ପାମୂଳକ ନିଯୁକ୍ତି ଦେବାର ବ୍ୟବସ୍ଥା ଥିଲା। ଏଥିଯୋଗୁ ବହୁ ଆବେଦନକାରୀ ନିଯୁକ୍ତି ପାଇବାରୁ ବଞ୍ଚିତ ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି ସରକାର ଅନୁକମ୍ପାମୂଳକ ନିଯୁକ୍ତିକୁ ୧୦ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି। ତେବେ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହୋଇ ପାରି ନ ଥିବାରୁ ବହୁ ଆବେଦନକାରୀ ଅଭାବ ଅନଟନରେ କାଳାତିପାତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri