ଘରୁ ବାହାରି ପହଞ୍ଚି ପାରିଲେନି, ରାସ୍ତାରେ ଚାହିଁ ରହିଥିଲା…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ୨୨୦ ନମ୍ବର ଜାତୀୟ ରାଜପଥର ଧାନବେଣି ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇ ରାସ୍ତାକଡ଼ ସୁରକ୍ଷା ବାଡ଼କୁ ଧକ୍କା ଦେଇଥିଲା। ଫଳରେ ଜଣେ ବାଇକ ଆରୋହିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଝାରଖଣ୍ଡ ବାରୁଆରୁଆ ଥାନା ଅବରାଟୋଲା ଗ୍ରାମର ଇମାମ ସେକ। ସେ
ରାଜମିସ୍ତ୍ରୀ ଭାବରେ କାର୍ଯ୍ୟ କରୁଥିବା ବେଳେ କୌଣସି କାମରେ ବାଇକ ଯୋଗେ ପାଟଣା ବଜାରକୁ ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ବିତିଗଲା, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହିଛି ଏମଏସଏମଇ ପାର୍କ

କେସିଙ୍ଗା,୨୧।୨(ତୁମେଶ୍ୱେର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କୁର୍ଲୁପଡାଗ୍ରାମସ୍ଥିତ ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟାନ (ଏମଏସଏମଇ) ନିର୍ମାଣ କରିବା ପାଇଁ ୧୨ କୋଟି ଟଙ୍କା…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର…

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

କିସ୍‌ ହଷ୍ଟେଲ୍‌ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିସ୍‌(କଳିଙ୍ଗ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri