Posted inରାଜ୍ୟ

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ରାୟଗଡ଼ା ସହର ରାମକୃଷ୍ଣ ନଗର ବାସିନ୍ଦା ତଥା ୪ନଂ ୱାର୍ଡ କାଉନସିଲର୍‌ ସୁକାନ୍ତ ପରିଙ୍କ ଘରେ। ଲୁଟେରାମାନେ କାନଫୁଲ ଦୁଇ ହଳ, ମଙ୍ଗଳସୂତ୍ର ସମେତ ଦୁଇ ହଳ ରୂପା ପାଉଁଜି ଏବଂ ଛୋଟ ଝିଅର ୪ଟି ଖଡୁ ଚୋରି କରିନେଇଥିବା ସୁକାନ୍ତ କହିଛନ୍ତି ।
ପଢ଼ନ୍ତୁ…

ସୁକାନ୍ତଙ୍କ କହିବାନୁସାରେ, ସା ପ୍ରାୟ ୫ଟା ବେଳେ ମୁଖା ପିନ୍ଧା ଦୁଇ ଦୁର୍ବୃତ୍ତ ତାଙ୍କ ଘର ପଛ ପଟେ ପଶି ବର୍ଷକର ଝିଅ ବେକରେ ଛୁରୀ ଦେଖାଇ ତାଙ୍କ ପତ୍ନୀଙ୍କୁ ଘରେ ଥିବା ସୁନାଗହଣା ଦେବାକୁ କହିଥିଲେ ଦୁଇ ଦୁର୍ବୃତ୍ତ। ଫଳରେ ସୁକାନ୍ତଙ୍କ ପତ୍ନୀ ଝିଅର ପ୍ରାଣ ବଞ୍ଚାଇବା ପାଇଁ ଘରେ ଥିବା ସମସ୍ତ ସୁନାଗହଣା ଦେଇ ଦେଇଥିଲେ । ଏହାପରେ ଦୁର୍ବୃତ୍ତମାନେ ସେଠାରୁ ଚାଲିଯାଇଥିଲେ। ଦୁର୍ବୃତ୍ତମାନେ ଯିବା ପରେ ସୁକାନ୍ତଙ୍କ ପତ୍ନୀ ସୁକାନ୍ତଙ୍କୁ ଫୋନ କରି ସମସ୍ତ ବିଷୟ ଜଣାଇଥିଲେ। ଖବରପାଇବା ପରେ ସୁକାନ୍ତ ଘରେ ପହଞ୍ଚିବା ସହିତ ପୋଲିସକୁ ସୂଚନା ଦେଇଥିଲେ । ସୂଚନା ପାଇ ପୋଲିସ ଅନୁସନ୍ଧାନୀ କୁକୁର ସହିତ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri