ପ୍ରଣବଙ୍କୁ ଭେଟିଲେ କାଉନ୍‌ସିଲର

ଆନନ୍ଦପୁର,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦ ବିବାଦ ଓ ପୌରାଞ୍ଚଳର ବିକାଶଧାରାକୁ ସ୍ବାଭାବିକ କରିବା ଲକ୍ଷ୍ୟରେ ଶୁକ୍ରବାର କାଉନ୍‌ସିଲରମାନେ ରାଜ୍ୟ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଭେଟି ଆଲୋଚନା କରିଛନ୍ତି। ଏଥି ସହିତ ଭୁବନେଶ୍ୱରଠାରେ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଓ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରି ଆଲୋଚନା ମଧ୍ୟ କରିଛନ୍ତି।
ପୌର ନିର୍ବାଚନ ପରଠାରୁ ବିଭିନ୍ନ ସମୟରେ ଅଧ୍ୟକ୍ଷା ଏବଂ କାଉନ୍‌ସିଲରମାନଙ୍କ ମଧ୍ୟରେ ସମନ୍ବୟର ଅଭାବ ଓ ବିବାଦ କାରଣରୁ ବିକାଶ ମୂଳକ କାର୍ଯ୍ୟ ତ୍ୱରାନ୍ବିତ ହେବାରେ ବାଧା ସୃଷ୍ଟି ହୋଇଛି। ପୌରନିର୍ବାଚନକୁ ବର୍ଷେ ଅତିକ୍ରାନ୍ତ କରିଯାଇଥିଲେ ବି ବିଭିନ୍ନ ସମୟରେ ଉନ୍ନୟନମୂଳକ କାର୍ଯ୍ୟକୁ ନେଇ ଲାଗି ରହିଥିବା ସମସ୍ୟା ଉଦ୍‌ବେଗର କାରଣ ପାଲଟିଛି। ଅନେକ ସମୟରେ ରିଜୋଲ୍ୟୁସନ୍‌ରେ ପାରିତ ହେଉଥିବା ଉନ୍ନୟନମୂଳକ କାର୍ଯ୍ୟ ତ୍ୱରାନ୍ବିତ ହେବାରେ ବାଧା ସୃଷ୍ଟି ହେଉଥିବା, ଏପରିକି ଟେଣ୍ଡର ହୋଇପାରୁ ନ ଥିବାରୁ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଥିବା, ପୌରକାର୍ଯ୍ୟାଳୟରୁ ଫାଇଲ୍‌ ଚୋରି ଭଳି ଘଟଣା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ଆନନ୍ଦପୁର ପୌରାଞ୍ଚଳର ଉନ୍ନୟନ କାର୍ଯ୍ୟରେ ରହିଥିବା ସମସ୍ୟାକୁ ନେଇ ପୌରଉପାଧ୍ୟକ୍ଷ ଦୁର୍ଗାଚରଣ ଦଳେଇଙ୍କ ନେତୃତ୍ୱରେ କାଉନ୍‌ସିଲରମାନେ ବିଜେଡି ସଂଗଠନ ସମ୍ପାଦକଙ୍କୁ ଭେଟି ଆଲୋଚନା କରିଥିବା ୭ ନଂ. ଓ୍ବାର୍ଡ଼ କାଉନସିଲର କୃଷ୍ଣଚନ୍ଦ୍ର ରଣା କହିଛନ୍ତି। ତେବେ ଖୁବ୍‌ ଶୀଘ୍ର ସମସ୍ତ ସମସ୍ୟାକୁ ନେଇ ଏକ ଲିଖିତ ଅଭିଯୋଗ ବିଭାଗୀୟ ମନ୍ତ୍ରୀ ଓ ଅଧିକାରୀଙ୍କ ନିକଟରେ ଦାଖଲ କରାଯିବ ବୋଲି ମଧ୍ୟ କହିଥିଲେ।
ପ୍ରକାଶଯୋଗ୍ୟ, ଗତ ସୋମବାର ହାଟଡ଼ିହୀ ବ୍ଲକ୍‌ରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଉଭୟ ଅଧ୍ୟକ୍ଷା ଏବଂ କାଉନ୍‌ସିଲରମାନେ ପୃଥକ ଭାବେ ଦାବିପତ୍ର ପ୍ରଦାନ କରିବା ଘଟଣା ଚର୍ଚ୍ଚାକୁ ଆସିଥିଲା। ପରବର୍ତ୍ତୀ ସମୟରେ ଘଟଣାରେ ପରୋକ୍ଷ ଭାବେ ଜଡ଼ିତ ଥିବା ବିଜେଡି ଯୁବନେତା ତଥା ପୂର୍ବତନ ପୌରାଧ୍ୟକ୍ଷ ଶାନ୍ତନୁ ସେଠୀଙ୍କୁ ବିଜେଡିରୁ ବହିଷ୍କାର କରିବା ଘଟଣା ରୋଚକ ମୋଡ଼ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri