ବେଆଇନ ନିଶା କାରବାର ନେଇ କାଉନ୍‌ସିଲରଙ୍କ ଅଭିଯୋଗ, ଅବକାରୀ ବିଭାଗ- ଗଞ୍ଜାମ ପୋଲିସର ଚଢ଼ାଉ

ଗଞ୍ଜାମ,୧୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ନିଶା କାରବାର ବୃଦ୍ଧି ପାଇଥିବା ନେଇ ସ୍ଥାନୀୟ କିଛି କାଉନ୍‌ସିଲର ଶୁକ୍ରବାର ସାରେ ଗଞ୍ଜାମ ଥାନାରେ ଅଭିଯୋଗ କରିଥିଲେ l ଅଭିଯୋଗ ଆଧାରରେ ଶନିବାର ଗଞ୍ଜାମ ଥାନା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ ହୋଇଥିଲା l ଗଞ୍ଜାମ ଥାନା ପ୍ରୋବେସନାରୀ ଆଇପିଏସ୍‌ ମନୀଷ ସଗୁନଙ୍କ ନେତୃତ୍ୱରେ ଥାନାର ସେକେଣ୍ଡ ଅଫିସର ଅନିରୁଦ୍ଧ ସ୍ବାଇଁ, ଏଏସ୍‌ଆଇ ଜି ଅନନ୍ତ ରାଓ, ମହିଳା ଏଏସ୍‌ଆଇ ସୁପ୍ରଭା ସାହୁ ଏବଂ ଅବକାରୀ ବିଭାଗୀୟ ଅଧିକାରୀ ବlଲକ ବିଶି ପ୍ରମୁଖ ଏହି ଚଢ଼ାଉରେ ସାମିଲ ଥିଲେ l ଜୟଶ୍ରୀ ଛକ, ବଡ଼ ବଜାର, ସାନ ବଜାର ପାନ ଦୋକାନରେ ଏହି ଚଢ଼ାଉ ହୋଇଥିଲେ ମଧ୍ୟ ପୋଲିସକୁ କୌଣସି ମାଦ୍ରକ ଦ୍ରବ୍ୟ ମିଳି ନ ଥିଲା l ଥାନାରେ ଅଭିଯୋଗ କଲାପରେ ଆଉ କିଛି କାଉନ୍‌ସିିଲର ସହରର ନିଶା ବେପାରୀମାନଙ୍କୁ ଅବଗତ କରିଦେଇଥିବା ସହରରେ ଚର୍ଚ୍ଚା ଜୋର ଧରିଛି l ଫଳରେ ଅବକାରୀ ବିଭାଗ ଓ ପୋଲିସକୁ ନିରାଶ ହେବାକୁ ପଡିଛି ବୋଲି ଆଲୋଚନା ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?