୬୦ଟି ଟେଣ୍ଡରକୁ ନେଇ କାଉନସିଲରଙ୍କ ଅସନ୍ତୋଷ

ଅନୁଗୋଳ ଅଫିସ,୨୪।୪: ନିର୍ବାଚନ ପରେ ଅନୁଗୋଳ ପୌର ପରିଷଦର ପ୍ରଥମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ନଗରପାଳ ଅକ୍ଷୟ କୁମାର ସାମନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ତେବେ ପୌରାଞ୍ଚଳର ଉନ୍ନୟନ କାର୍ଯ୍ୟ ପାଇଁ ନିର୍ବାଚନ ପୂର୍ବରୁ ୬୦ଟି ଟେଣ୍ଡର କରାଯାଇଥିବାରୁ ତାହାକୁ ନେଇ ନବନିର୍ବାଚିତ କାଉନସିଲରମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ନୂଆ ପରିଷଦ ଗଠନ ପୂର୍ବରୁ କାହିଁକି ତରବରରେ ଟେଣ୍ଡର ଡକାଗଲା ତାହାକୁ ନେଇ ସେମାନେ ପ୍ରଶ୍ନ ଉଠାଇଥିଲେ। ସେହିପରି ଜିଲା ମହୋତ୍ସବକୁ ନିମନ୍ତ୍ରଣ କରାଯାଇ ନ ଥିବାରୁ କାଉନସିଲରମାନେ ତାହାକୁ ନିନ୍ଦା କରିଥିଲେ। ତେବେ ନିର୍ବାଚନ ବେଳେ ଭୋଟରମାନଙ୍କୁ ଦିଆଯାଇଥିବା ବିଭିନ୍ନ ପ୍ରତିଶ୍ରୁତି ସମ୍ପର୍କରେ ଏହି ପ୍ରଥମ ବୈଠକରେ ସେପରି ଆଲୋଚନା ହୋଇ ନ ଥିବା ସୂଚନା ମିଳିଛି। ତେବେ ପୌରାଞ୍ଚଳରେ ଥିବା ୨୧ଟି ଅଙ୍ଗନଓ୍ବାଡିର ନିଜସ୍ବ ଗୃହ ନିର୍ମାଣ ହୋଇପାରୁ ନ ଥିବାରୁ ତାହା ଉପରେ ଜୋରଦାର ଆଲୋଚନା ହୋଇଥିଲା। ଏଥିପାଇଁ ୬ ବର୍ଷ ହେଲା ଅର୍ଥ ପଡ଼ିରହିଥିଲେ ମଧ୍ୟ ବିଭିନ୍ନ କ୍ଲବ ଘର, ଭଡ଼ା ଘରେ ଏହି ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକ ଚାଲିଥିବାରୁ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ସେହିପରି ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିବା ପାନୀୟ ଜଳ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣ କରାଯିବା ସହ ଓ୍ବାର୍ଟର ଏଟିଏମ୍‌ ବ୍ୟବସ୍ଥା କରିବାକୁ ଦାବି କରାଯାଇଥିଲା। ପୌରପାଳିକାରେ ଓ୍ବାର୍ଡ ଅଫିସ ଖୋଲିବାକୁ ଦାବି କରାଯାଇଥିଲା। କଦମ ପଡ଼ିଆରେ ଦୋକାନ ଘର ନିଲାମ ଦିଆଯାଇଥିବା ବେଳେ କମ୍‌ ମୂଲ୍ୟ ନିର୍ଦ୍ଧାରଣ ଓ ନିର୍ବାଚନ ପୂର୍ବରୁ ଭେଣ୍ଡିଂ ଜୋନ ଉଦ୍‌ଘାଟନ କରାଯିବା ନେଇ ବୈଠକରେ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ଉପନଗରପାଳ ଅନୁପମା ସାହୁ, ବିଧାୟକ ଓ ଏମ୍‌ପିଙ୍କ ପ୍ରତିନିଧି ଏବଂ ସମସ୍ତ କାଉନସିଲର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri