୬୦ଟି ଟେଣ୍ଡରକୁ ନେଇ କାଉନସିଲରଙ୍କ ଅସନ୍ତୋଷ

ଅନୁଗୋଳ ଅଫିସ,୨୪।୪: ନିର୍ବାଚନ ପରେ ଅନୁଗୋଳ ପୌର ପରିଷଦର ପ୍ରଥମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ନଗରପାଳ ଅକ୍ଷୟ କୁମାର ସାମନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ତେବେ ପୌରାଞ୍ଚଳର ଉନ୍ନୟନ କାର୍ଯ୍ୟ ପାଇଁ ନିର୍ବାଚନ ପୂର୍ବରୁ ୬୦ଟି ଟେଣ୍ଡର କରାଯାଇଥିବାରୁ ତାହାକୁ ନେଇ ନବନିର୍ବାଚିତ କାଉନସିଲରମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ନୂଆ ପରିଷଦ ଗଠନ ପୂର୍ବରୁ କାହିଁକି ତରବରରେ ଟେଣ୍ଡର ଡକାଗଲା ତାହାକୁ ନେଇ ସେମାନେ ପ୍ରଶ୍ନ ଉଠାଇଥିଲେ। ସେହିପରି ଜିଲା ମହୋତ୍ସବକୁ ନିମନ୍ତ୍ରଣ କରାଯାଇ ନ ଥିବାରୁ କାଉନସିଲରମାନେ ତାହାକୁ ନିନ୍ଦା କରିଥିଲେ। ତେବେ ନିର୍ବାଚନ ବେଳେ ଭୋଟରମାନଙ୍କୁ ଦିଆଯାଇଥିବା ବିଭିନ୍ନ ପ୍ରତିଶ୍ରୁତି ସମ୍ପର୍କରେ ଏହି ପ୍ରଥମ ବୈଠକରେ ସେପରି ଆଲୋଚନା ହୋଇ ନ ଥିବା ସୂଚନା ମିଳିଛି। ତେବେ ପୌରାଞ୍ଚଳରେ ଥିବା ୨୧ଟି ଅଙ୍ଗନଓ୍ବାଡିର ନିଜସ୍ବ ଗୃହ ନିର୍ମାଣ ହୋଇପାରୁ ନ ଥିବାରୁ ତାହା ଉପରେ ଜୋରଦାର ଆଲୋଚନା ହୋଇଥିଲା। ଏଥିପାଇଁ ୬ ବର୍ଷ ହେଲା ଅର୍ଥ ପଡ଼ିରହିଥିଲେ ମଧ୍ୟ ବିଭିନ୍ନ କ୍ଲବ ଘର, ଭଡ଼ା ଘରେ ଏହି ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକ ଚାଲିଥିବାରୁ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ସେହିପରି ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିବା ପାନୀୟ ଜଳ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣ କରାଯିବା ସହ ଓ୍ବାର୍ଟର ଏଟିଏମ୍‌ ବ୍ୟବସ୍ଥା କରିବାକୁ ଦାବି କରାଯାଇଥିଲା। ପୌରପାଳିକାରେ ଓ୍ବାର୍ଡ ଅଫିସ ଖୋଲିବାକୁ ଦାବି କରାଯାଇଥିଲା। କଦମ ପଡ଼ିଆରେ ଦୋକାନ ଘର ନିଲାମ ଦିଆଯାଇଥିବା ବେଳେ କମ୍‌ ମୂଲ୍ୟ ନିର୍ଦ୍ଧାରଣ ଓ ନିର୍ବାଚନ ପୂର୍ବରୁ ଭେଣ୍ଡିଂ ଜୋନ ଉଦ୍‌ଘାଟନ କରାଯିବା ନେଇ ବୈଠକରେ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ଉପନଗରପାଳ ଅନୁପମା ସାହୁ, ବିଧାୟକ ଓ ଏମ୍‌ପିଙ୍କ ପ୍ରତିନିଧି ଏବଂ ସମସ୍ତ କାଉନସିଲର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri