ବର୍ଷା-ଅନୁଭବଙ୍କୁ କାଉନସେଲିଂ

କଟକ,୨୬ା୯(କାର୍ତ୍ତିକ ସାହୁ):ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ସୋମବାର କଟକ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି। ଘରୋଇ ହିଂସା ନେଇ ବର୍ଷା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ମାମଲା ଦାୟର କରିଥିଲେ। ଏବେ ଉକ୍ତ ମାମଲା କୋର୍ଟରେ ବିଚାରାଧୀନ ଅଛି। ଉଭୟେ କୋର୍ଟରେ ହାଜର ହେବା ପରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଦୁହିଁଙ୍କୁ କାଉନସେଲିଂ କରାଯାଇଛି। ଅନୁଭବଙ୍କ ପକ୍ଷରୁ ଆଇନଜୀବୀ ଲଳିତେନ୍ଦୁ ମିଶ୍ର ଏବଂ ବର୍ଷାଙ୍କ ପକ୍ଷରୁ ଆଇନଜୀବୀ ସିଦ୍ଧାର୍ଥ ଦାସ ଏହି ମାମଲା ପରିଚାଳନା କରୁଛନ୍ତି।
ସୂଚନାଯୋଗ୍ୟ, ବର୍ଷାଙ୍କୁ ତାଙ୍କ ଶାଶୁଘରେ ନିର୍ଯାତନା ଦିଆଯାଉଥିବା ସମ୍ପର୍କିତ ଘରୋଇ ହିଂସାକୁ ନେଇ କଟକ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ବର୍ଷାଙ୍କ ପକ୍ଷରୁ ଅଭିଯୋଗ କରାଯାଇଥିଲା। ଅଦାଲତ ଏହି ମାମଲାର ଶୁଣାଣି କରୁଥିବା ବେଳେ ବର୍ଷାଙ୍କୁ ପୋଲିସ ସୁରକ୍ଷା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ବର୍ଷାଙ୍କୁ ସୁରକ୍ଷା ଯୋଗାଇଦେଇଥିଲେ ବି ସେ ଅନୁଭବଙ୍କ ବିରୋଧରେ କେତେକ ମାମଲା ଦାୟର କରିଥିଲେ। ସେଗୁଡ଼ିକ ଅଦାଲତରେ ବିଚାରାଧୀନ ଅଛି। ତନ୍ମଧ୍ୟରୁ ପରିବାର ଅଦାଲତରେ ବର୍ଷା ଅନୁଭବଙ୍କ ସହ ଏକତ୍ର ରହିବାକୁ କରିଥିବା ଆବେଦନ ଏବଂ ଅନୁଭବ ବର୍ଷାଙ୍କୁ ଛାଡ଼ପତ୍ର ଦେବାକୁ କରିଥିବା ଆବେଦନ ଖାରଜ ହୋଇସାରିଛି। ଶାଶୁଘରେ ବର୍ଷା ନିଜକୁ ସୁରକ୍ଷିତ ମଣୁ ନ ଥିବା ଏବଂ ଏନେଇ ଏକାଧିକ ମାମଲା ଚାଲିଥିବା ବେଳେ ଅନୁଭବଙ୍କ ସହ ଦାମ୍ପତ୍ୟ ଜୀବନ ବିତାଇବା ପ୍ରାର୍ଥନା ଗ୍ରହଣୀୟ ନୁହେଁ ବୋଲି ଅଦାଲତ କହିଥିଲେ। ସେହିପରି ଏକ ବିବାହ ଦୁଇଟି ପରିବାର ଓ ସେମାନଙ୍କ ବନ୍ଧୁବାନ୍ଧବଙ୍କ ଭିତରେ ସୀମିତ ଥିବାବେଳେ ବିବାହ ବିଚ୍ଛେଦ ପୂରା ସମାଜକୁ ପ୍ରଭାବିତ କରିଥାଏ ବୋଲି ଅଦାଲତ କହିଥିଲେ। ତେଣୁ ହିନ୍ଦୁ ବିବାହ ଆଇନର ଧାରା-୨୩ ଅନୁସାରେ ଦୁଇପକ୍ଷ ନିଜ ନିଜ ସପକ୍ଷରେ କୌଣସି ନିର୍ଦ୍ଦେଶ ପାଇବା ପାଇଁ ଯୋଗ୍ୟ ନୁହନ୍ତି ବୋଲି ଅଦାଲତ ସ୍ପଷ୍ଟ କରି ଦୁଇଟିଯାକ ମାମଲାକୁ ଖାରଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri