ଆଜି ୧୦ଟି ଟେବୁଲରେ ଗଣତି

ପଟ୍ଟାମୁଣ୍ଡାଇ ୨୬ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟିର ମାନ୍ୟତା ମିଳିବା ପରେ ପ୍ରଥମଥର ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହାର ଫଳାଫଳକୁ ନେଇ ବିଭିନ୍ନ ରାଜନୈତିକ ଦଳ ଓ ପ୍ରାର୍ଥୀଙ୍କ ମଧ୍ୟରେ ଉକତ୍ଣ୍ଠା ବଢିବାରେ ଲାଗିଛି। ଏଥର ଅଧ୍ୟକ୍ଷ ପଦବୀ ପାଇଁ ସିଧାସଳଖ ମତଦାନ ହୋଇଥିବାରୁ ଏହା ଶାସକ ବିଜେଡି ସମେତ ବିରୋଧୀ କଂଗ୍ରେସ ଓ ଭାଜପା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଛି। ନିଜ ନିଜ ପ୍ରାର୍ଥୀଙ୍କ ବିଜୟକୁ ନେଇ ସମସ୍ତ ରାଜନୈତିକ ଦଳ ଆଶାବାଦୀ ଥିବାବେଳେ ପୌର ପରିଷଦକୁ ଦଖଲ କରିବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି। ପଟ୍ଟାମୁଣ୍ଡାଇ ପରିଷଦରେ ଚଳିତ ନିର୍ବାଚନରେ ମୋଟ ୨୯,୮୫୭ ମତଦାତାଙ୍କ ମଧ୍ୟରୁ ୨୨,୪୬୩ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିଛନ୍ତି। ମତଦାନ ହାର ୭୫.୨୪ ପ୍ରତିଶତ ହୋଇଛି। ବିଭିନ୍ନ ଦଳ ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ୬୩ କାଉନସିଲର ପ୍ରାର୍ଥୀ ଓ ୭ ଜଣ ଅଧ୍ୟକ୍ଷ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଛନ୍ତି। ମୋଟ ୭୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ ମଧ୍ୟରେ ସିଲ ହୋଇରହିଛି।
ଶନିବାର ଭୋଟ ଗଣତି ପାଇଁ ଦିନ ଧାର୍ଯ୍ୟ କରାଯାଇଛି। ଇଭିଏମ୍‌ ମେଶିନଗୁଡିକୁ କଡା ସୁରକ୍ଷା ବଳୟ ମଧ୍ୟରେ ପଟ୍ଟାମୁଣ୍ଡାଇ ଏମ.ଏନ. ହାଇସ୍କୁଲ ଷ୍ଟ୍ରଙ୍ଗରୁମରେ ରଖାଯାଇଛି। ଭୋଟ ଗଣତି ସମୟରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ଉପରେ ପ୍ରଶାସନ କଡା ନଜର ରଖିଛି। କେନ୍ଦ୍ରାପଡ଼ା ଜିଲାପାଳ ଅମ୍ରିତ ଋତୁରାଜ ଓ ଏସ୍‌ପି ମଡକର ସନ୍ଦୀପ ସମ୍ପଦ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ଶୁକ୍ରବାର ନିର୍ବାଚନ ପର୍ଯ୍ୟବେକ୍ଷକ ତଥା ଅତିରିକ୍ତ ସଚିବ ଡ. ମଧୁସୂଦନ ମିଶ୍ର ପଟ୍ଟାମୁଣ୍ଡାଇ ପୌର ପରିଷଦ କାର୍ଯ୍ୟାଳୟରେ ପହଞ୍ଚତ୍ ନିର୍ବାଚନ ଓ ଭୋଟଗଣତି ବିଷୟକୁ ନେଇ ବିଭିନ୍ନ ପଦାଧିକାରୀଙ୍କ ସହ ଉଚ୍ଚସ୍ତରୀୟ ସମୀକ୍ଷା କରିଥିଲେ। ଭୋଟ ଗଣତି ପାଇଁ ଏମ.ଏନ ହାଇସ୍କୁଲ ପରିସରରେ ସମସ୍ତ ବ୍ୟବସ୍ଥା ଚୂଡାନ୍ତ ହୋଇଛି। ସକାଳ ୮ଟାଠାରୁ ଭୋଟଗଣତି ଶେଷ ପର୍ଯ୍ୟନ୍ତ କାର୍ଯ୍ୟ ଚାଲିବ ବୋଲି ନିର୍ବାଚନ ଅଧିକାରୀ ଜିଲା ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ମନ୍ଦରଧର ମହାଳିକ କହିଛନ୍ତି। ମୋଟ ୧୦ଟି ଟେବୁଲରେ ଗଣତି କାର୍ଯ୍ୟ କରାଯିବାକୁ ବ୍ୟବସ୍ଥା ହୋଇଛି। ୫ଟି ଟେବୁଲରେ ଅଧ୍ୟକ୍ଷ ଓ ୫ଟି ଟେବୁଲରେ କାଉନସିଲର ପ୍ରାର୍ଥୀଙ୍କ ଭୋଟ ଗଣତି କରାଯିବ ବୋଲି ପ୍ରସ୍ତୁତି ହୋଇଛି। ଭୋଟ ଗଣତି ସୂଚାରୁ ରୂପେ ସମ୍ପାଦନ କରିବାକୁ ୧୦ ଜଣ କାଉଟିଂ ସୁପରଭାଇଜର ଓ ୧୦ ଜଣ ଆସିଷ୍ଟାଣ୍ଟ ସୁପରଭାଇଜରଙ୍କୁ ନିଯୁକ୍ତି ଦିଆଯାଇଛି। ଭୋଟ ଗଣତି ସମୟରେ କୌଣସି ଆଇନ ଶୃଙ୍ଖଳା ପରିସ୍ଥିତି ନ ଉପୁଯିବା ପାଇଁ ପଟ୍ଟାମୁଣ୍ଡାଇ ଆଇଆଇସି ତପନ ରାଉତଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ସଜାଗ ଥିବାବେଳେ ପଟ୍ଟାମୁଣ୍ଡାଇ ଏସ୍‌ଡିପିଓ ସନ୍ଧ୍ୟାରାଣୀ ବେଉରିଆ, ଡିଏସ୍‌ପି ଜ୍ୟୋତି ମିଶ୍ର ପ୍ରମୁଖ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ମାଜିଷ୍ଟ୍ରେଟ ଭାବେ ପଟ୍ଟାମୁଣ୍ଡାଇ ତହସିଲଦାର ଦିଲୀପ କୁମାର ସେଠୀଙ୍କୁ ଅବସ୍ଥାପିତ କରାଯାଇଛି। ପଟ୍ଟାମୁଣ୍ଡାଇ ବିଡିଓ ଭରତ ପରିଡା ଓ ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ ସମ୍ପଦ କୁମାର ସ୍ବାଇଁ ମଧ୍ୟ ଗଣତି କେନ୍ଦ୍ର ତଦାରଖ ଦାୟିତ୍ୱରେ ଅବସ୍ଥାପିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri