ଆଜି ୧୦ଟି ଟେବୁଲରେ ଗଣତି

ପଟ୍ଟାମୁଣ୍ଡାଇ ୨୬ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟିର ମାନ୍ୟତା ମିଳିବା ପରେ ପ୍ରଥମଥର ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହାର ଫଳାଫଳକୁ ନେଇ ବିଭିନ୍ନ ରାଜନୈତିକ ଦଳ ଓ ପ୍ରାର୍ଥୀଙ୍କ ମଧ୍ୟରେ ଉକତ୍ଣ୍ଠା ବଢିବାରେ ଲାଗିଛି। ଏଥର ଅଧ୍ୟକ୍ଷ ପଦବୀ ପାଇଁ ସିଧାସଳଖ ମତଦାନ ହୋଇଥିବାରୁ ଏହା ଶାସକ ବିଜେଡି ସମେତ ବିରୋଧୀ କଂଗ୍ରେସ ଓ ଭାଜପା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଛି। ନିଜ ନିଜ ପ୍ରାର୍ଥୀଙ୍କ ବିଜୟକୁ ନେଇ ସମସ୍ତ ରାଜନୈତିକ ଦଳ ଆଶାବାଦୀ ଥିବାବେଳେ ପୌର ପରିଷଦକୁ ଦଖଲ କରିବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି। ପଟ୍ଟାମୁଣ୍ଡାଇ ପରିଷଦରେ ଚଳିତ ନିର୍ବାଚନରେ ମୋଟ ୨୯,୮୫୭ ମତଦାତାଙ୍କ ମଧ୍ୟରୁ ୨୨,୪୬୩ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିଛନ୍ତି। ମତଦାନ ହାର ୭୫.୨୪ ପ୍ରତିଶତ ହୋଇଛି। ବିଭିନ୍ନ ଦଳ ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ୬୩ କାଉନସିଲର ପ୍ରାର୍ଥୀ ଓ ୭ ଜଣ ଅଧ୍ୟକ୍ଷ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଛନ୍ତି। ମୋଟ ୭୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ ମଧ୍ୟରେ ସିଲ ହୋଇରହିଛି।
ଶନିବାର ଭୋଟ ଗଣତି ପାଇଁ ଦିନ ଧାର୍ଯ୍ୟ କରାଯାଇଛି। ଇଭିଏମ୍‌ ମେଶିନଗୁଡିକୁ କଡା ସୁରକ୍ଷା ବଳୟ ମଧ୍ୟରେ ପଟ୍ଟାମୁଣ୍ଡାଇ ଏମ.ଏନ. ହାଇସ୍କୁଲ ଷ୍ଟ୍ରଙ୍ଗରୁମରେ ରଖାଯାଇଛି। ଭୋଟ ଗଣତି ସମୟରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ଉପରେ ପ୍ରଶାସନ କଡା ନଜର ରଖିଛି। କେନ୍ଦ୍ରାପଡ଼ା ଜିଲାପାଳ ଅମ୍ରିତ ଋତୁରାଜ ଓ ଏସ୍‌ପି ମଡକର ସନ୍ଦୀପ ସମ୍ପଦ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ଶୁକ୍ରବାର ନିର୍ବାଚନ ପର୍ଯ୍ୟବେକ୍ଷକ ତଥା ଅତିରିକ୍ତ ସଚିବ ଡ. ମଧୁସୂଦନ ମିଶ୍ର ପଟ୍ଟାମୁଣ୍ଡାଇ ପୌର ପରିଷଦ କାର୍ଯ୍ୟାଳୟରେ ପହଞ୍ଚତ୍ ନିର୍ବାଚନ ଓ ଭୋଟଗଣତି ବିଷୟକୁ ନେଇ ବିଭିନ୍ନ ପଦାଧିକାରୀଙ୍କ ସହ ଉଚ୍ଚସ୍ତରୀୟ ସମୀକ୍ଷା କରିଥିଲେ। ଭୋଟ ଗଣତି ପାଇଁ ଏମ.ଏନ ହାଇସ୍କୁଲ ପରିସରରେ ସମସ୍ତ ବ୍ୟବସ୍ଥା ଚୂଡାନ୍ତ ହୋଇଛି। ସକାଳ ୮ଟାଠାରୁ ଭୋଟଗଣତି ଶେଷ ପର୍ଯ୍ୟନ୍ତ କାର୍ଯ୍ୟ ଚାଲିବ ବୋଲି ନିର୍ବାଚନ ଅଧିକାରୀ ଜିଲା ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ମନ୍ଦରଧର ମହାଳିକ କହିଛନ୍ତି। ମୋଟ ୧୦ଟି ଟେବୁଲରେ ଗଣତି କାର୍ଯ୍ୟ କରାଯିବାକୁ ବ୍ୟବସ୍ଥା ହୋଇଛି। ୫ଟି ଟେବୁଲରେ ଅଧ୍ୟକ୍ଷ ଓ ୫ଟି ଟେବୁଲରେ କାଉନସିଲର ପ୍ରାର୍ଥୀଙ୍କ ଭୋଟ ଗଣତି କରାଯିବ ବୋଲି ପ୍ରସ୍ତୁତି ହୋଇଛି। ଭୋଟ ଗଣତି ସୂଚାରୁ ରୂପେ ସମ୍ପାଦନ କରିବାକୁ ୧୦ ଜଣ କାଉଟିଂ ସୁପରଭାଇଜର ଓ ୧୦ ଜଣ ଆସିଷ୍ଟାଣ୍ଟ ସୁପରଭାଇଜରଙ୍କୁ ନିଯୁକ୍ତି ଦିଆଯାଇଛି। ଭୋଟ ଗଣତି ସମୟରେ କୌଣସି ଆଇନ ଶୃଙ୍ଖଳା ପରିସ୍ଥିତି ନ ଉପୁଯିବା ପାଇଁ ପଟ୍ଟାମୁଣ୍ଡାଇ ଆଇଆଇସି ତପନ ରାଉତଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ସଜାଗ ଥିବାବେଳେ ପଟ୍ଟାମୁଣ୍ଡାଇ ଏସ୍‌ଡିପିଓ ସନ୍ଧ୍ୟାରାଣୀ ବେଉରିଆ, ଡିଏସ୍‌ପି ଜ୍ୟୋତି ମିଶ୍ର ପ୍ରମୁଖ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ମାଜିଷ୍ଟ୍ରେଟ ଭାବେ ପଟ୍ଟାମୁଣ୍ଡାଇ ତହସିଲଦାର ଦିଲୀପ କୁମାର ସେଠୀଙ୍କୁ ଅବସ୍ଥାପିତ କରାଯାଇଛି। ପଟ୍ଟାମୁଣ୍ଡାଇ ବିଡିଓ ଭରତ ପରିଡା ଓ ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ ସମ୍ପଦ କୁମାର ସ୍ବାଇଁ ମଧ୍ୟ ଗଣତି କେନ୍ଦ୍ର ତଦାରଖ ଦାୟିତ୍ୱରେ ଅବସ୍ଥାପିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri