ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପାଇଁ କାଉଣ୍ଟଡାଉନ ଆରମ୍ଭ: ପାରାଦୀପଠାରୁ ମାତ୍ର ୮୦ କିମି ଦୂରରେ…

ଭୁବନେଶ୍ୱର,୨୪।୧୦: ସାମୁଦ୍ରିକ ଝଡ଼ ‘ଦାନା’ କୂଳଆଡକୁ ମାଡି ଆସୁଥିବା ବେଳେ ଲ୍ୟାଣ୍ଡଫଲ ପ୍ରକ୍ରିୟାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ବାତ୍ୟା ପାରାଦୀପଠାରୁ ୮୦ କିମି ଦୂରରେ ରହିଥିବା ବେଳେ ଧାମରା ଠାରୁ ୧୧୦ କିମି ଦୂରରେ ରହିଛି। ଏପରିକି ଘଣ୍ଟାକୁ ୧୩ କି.ମି. ବେଗରେ ଉପକୂଳକୁ ମାଡ଼ିଆସୁଛି ଦାନା।ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ଜାରି ମ୍ୟାପରେ ବାତ୍ୟା ଭିତରକନିକା ଦେଇ ଯାଉଥିବା ଦେଖିବାକୁ ମିଳିଛି।

ସୂଚନା ଯୋଗ୍ୟ, ଗୁରୁବାର ସକାଳେ ଝିପିଝିପି ବର୍ଷା ଆରମ୍ଭ ହୋଇଥିବା ବେଳେ ଅପରାହ୍ନରେ ପାଗ ସମ୍ପୂର୍ଣ୍ଣ ପରିବର୍ତ୍ତନ ହୋଇଥିଲା। ବର୍ତ୍ତମାନ ତୁହାକୁ ତୁହା ବର୍ଷା ଲାଗିରହିଥିବା ବେଳେ ବତାସର ବେଗ ବଢ଼ିବାରେ ଲାଗିଛି l ବାତ୍ୟା ପ୍ରଭାବରେ ବାଲେଶ୍ୱର ଉପକୂଳ ସମୁଦ୍ର ଅଶାନ୍ତ ହୋଇ ଉତ୍ତାଳ ଢେଉ କୂଳ ଆଡକୁ ମାଡିଆସି କୂଳ ତଟସୁରକ୍ଷା ଉଚ୍ଚ ପଥର ବନ୍ଧରେ ମାଡ କରୁଛି l ସମୁଦ୍ରର ଏପରି ଭୟଙ୍କର ରୂପ ଦେଖି କୂଳବାସୀ ଭୟଭୀତ ହୋଇଥିବା ବେଳେ ଲୋକଙ୍କୁ ବିଭିନ୍ନ ବାତ୍ୟାଶ୍ରୟ ସ୍ଥଳକୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି।

ଲ୍ୟାଣ୍ଡଫଲ ବେଳେ ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିପାରେ ବୋଲି ଆକଳନ କରାଯାଇଛି। ଏପରିକି ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସହ ଟିଣ ଘର, ଗଛ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିବା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଏବଂ ଭଦ୍ରକରେ ବାତ୍ୟାରେ ଅଧିକ ପ୍ରଭାବ ପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କ ପାଇଁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri