କାଉଣ୍ଟଡାଉନ୍‌ ଆରମ୍ଭ, ଇତିହାସ ରଚିବ ଭାରତ

ନୂଆଦିଲ୍ଲୀ,୨୩ା୮: ଭାରତର ଚନ୍ଦ୍ରୟାନ-୩ ଆଉ କିଛି ସମୟ ମଧ୍ୟରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ। ଏନେଇ ସମଗ୍ର ବିଶ୍ୱବାସୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଆଜି ଏନେଇ ଇତିହାସ ରଚିବାକୁ ଯାଉଛି। ଚନ୍ଦ୍ରୟାନ-୩ ଆଜି ଚନ୍ଦ୍ରର ସାଉଥ୍‌ ପୋଲରେ ଏକ ସଫ୍ଟ ଲ୍ୟାଣ୍ଡିଂ କରିବ। ଜୁଲାଇ ୧୪ରେ ଇସ୍ରୋର ବାହୁବଳୀ ରକେଟ୍‌ ମାର୍କ-୩ ସହାୟତାରେ ଚନ୍ଦ୍ରୟାନ-୩କୁ କକ୍ଷପଥରେ ପହଞ୍ଚାଇଥିଲା। ଏହା ପୃଥିବୀକୁ ଅଣ୍ଡାକୃତି କକ୍ଷପଥରେ ଏକାଧିକ ଥର ପରିକ୍ରମା କରିବା ସହ ବେଗ ମଧ୍ୟ ବଢ଼ାଇଥିଲା। ଅଗଷ୍ଟ ୧ରେ ଏହା ଚନ୍ଦ୍ର ଅଭିମୁଖେ ଯାତ୍ରା କରି ୫ରେ ଏହାର କକ୍ଷପଥରେ ପହଞ୍ଚିଥିଲା। ଏହା ଚନ୍ଦ୍ରକୁ ପରିକ୍ରମା କରିବା ସହ ଏକାଧିକ କକ୍ଷପଥ ଓ ବେଗ ହ୍ରାସ କରାଯାଇଥିଲା।

ଇସ୍ରୋର ଘୋଷଣା ଅନୁଯାୟୀ, ଆଜି ସନ୍ଧ୍ୟା ୬ଟା ୦୪ରେ ଚନ୍ଦ୍ରର ସାଉଥ୍‌ ପୋଲ୍‌ ବା ଦକ୍ଷିଣ ମେରୁରେ ‘ଚନ୍ଦ୍ରଯାନ-୩’ର ବିକ୍ରମ ଲ୍ୟାଣ୍ଡିଂ କରିବା  ପରେ ହିଁ କାମ କରିବା ଆରମ୍ଭ କରିବ। ଯଦି ସଫ୍ଟ ଲ୍ୟାଣ୍ଡିଂ ସଫଳ ହୁଏ ତେବେ ବିକ୍ରମ ଲ୍ୟାଣ୍ଡରରୁ ଅଲଗା ହୋଇ ୬ ଚକ ବିଶିଷ୍ଟ ପ୍ରଜ୍ଞାନ ରୋଭର୍‌ ବାହାରକୁ ଆସିଯିବ ଓ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ରୁ ନିର୍ଦ୍ଦେଶ ପାଇ ଚନ୍ଦ୍ରପୃଷ୍ଠରେ ପରିଭ୍ରମଣ କରିବ। ଏହା ୫୦୦ ମିଟର ପର୍ଯ୍ୟନ୍ତ ଗତି କରିବା ପରେ ସେଠାରେ ଜଳର ଉପସ୍ଥିତି ଓ ବାତାବରଣ ସମ୍ପର୍କରେ ସୂଚନା ପ୍ରଦାନ କରିବ।

ଏହାର ଲେଗ୍‌ଗୁଡ଼ିକୁ ଏଭଳି ଡିଜାଇନ କରାଯାଇଛି ଯାହା ସେକେଣ୍ଡ ପ୍ରତି ୩ ମିଟର ବେଗର ପ୍ରଭାବକୁ ଗ୍ରହଣ କରିପାରିବ। ଲେଗ୍‌ର ସେନ୍‌ସର ଚନ୍ଦ୍ରପୃଷ୍ଠ ଛୁଇଁବା ଅନୁଭବ କରିବା ପରେ ଏହାର ଇଞ୍ଜିନଗୁଡ଼ିକ ବନ୍ଦ ହୋଇଯିବ ଓ ୨୦ ମିନିଟ୍‌ ଉତ୍କଣ୍ଠାର ଅବସାନ ଘଟିବ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?