Posted inଜାତୀୟ

ଇଓଏସ୍‌-୪ ଉତ୍‌କ୍ଷେପଣ ପାଇଁ କାଉଣ୍ଟ୍‌ ଡାଉନ୍‌ ଆରମ୍ଭ…

ଶ୍ରୀହରିକୋଟା, ୧୩।୨ : ଭାରତୀୟ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେଶନ (ଇସ୍ରୋ) ଚଳିତ ବର୍ଷର ପ୍ରଥମ ଉପଗ୍ରହକୁ ଫେବୃଆରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ରେ ଭୋର୍‌ ୫ଟା ୫୯ରେ ଉତ୍‌କ୍ଷେପଣ କରିବାକୁ ଯାଉଛି। ଏହି ଉପଗ୍ରହ ପିଏସ୍‌ ଏଲ୍‌ଭି-ସି-୫୨ ରକେଟ ମାଧ୍ୟମରେ ଉତ୍‌କ୍ଷେପଣ ହେବ।

ଶ୍ରୀହରିିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରର ଲଞ୍ଚପ୍ୟାଡରୁ ଉତକ୍ଷେପଣ ହେବାକୁ ଯାଉଛି। ଉତ୍‌କ୍ଷେପଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଉପଗ୍ରହ ଉତକ୍ଷେପଣ ପାଇଁ କାଉଣ୍ଟ୍‌ଡାଉନ୍‌ ୨୫ ଘଣ୍ଟା ୩୦ମିନିଟ ପୂର୍ବରୁ ରବିବାର ଭୋର୍‌ ୪ଟା ୨୯ରୁ ଆରମ୍ଭ ହୋଇଛି।

ଜୁଲାଇ ୨୦୨୧ରେ ଇଓଏସ୍‌-୪ / ଆର୍‌ ଆଇସାଟ୍‌-୧ଏ ଉପଗ୍ରହ ଉତକ୍ଷେପଣ କରାଯିବାର ଯୋଜନା ଥିଲା। କିନ୍ତୁ ଦେଶରେ କୋଭିଡ -୧୯ ମହାମାରୀ ଏହି ଉପଗ୍ରହର ଉତକ୍ଷେପଣକୁ ସ୍ଥଗିତ ରଖାଯାଇଥିଲା। ଇଓଏସ୍‌-୪ / ଆର୍‌ ଆଇସାଟ୍‌-୧ଏ ଉପଗ୍ରହ ଏକ ମାଇକ୍ରୋୱେଭ ରିମୋଟ ସେନ୍ସିଂ ସାଟେଲାଇଟ୍‌।

ଏହା ସହିତ ଅନ୍ୟ ଦୁଇଟି ଉପଗ୍ରହ ମଧ୍ୟ ମହାକାଶକୁ ପଠାଯିବ। ପ୍ରଥମଟି ହେଉଛି ଇଣ୍ଡିଆନ ସାଇନ୍ସ ଆଣ୍ଡ ଟେକ୍ନୋଲୋଜିର ଛାତ୍ରମାନଙ୍କ ଦ୍ୱାରା ନିର୍ମିତ ଇନସ୍ପ୍ରି-ସାଟ୍‌-୧ ଏବଂ ଦ୍ୱିତୀୟଟି ହେଉଛି ଇଣ୍ଡୋ-ଭୁଟାନର ମିଳିତ ଉପଗ୍ରହ ଆଇଏନ୍‌ଏସ୍‌-୨ବି। ଟୁଇଟରରେ ଉପଗ୍ରହର ଉତକ୍ଷେପଣ ସମ୍ପର୍କରେ ଇସ୍ରୋ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri