Posted inଖେଳ

ଆଇପିଏଲରେ ସର୍ବାଧିକ ଉଇକେଟ୍‌ ନେଇଛନ୍ତି ଏହି ବୋଲର୍‌

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ଏଥିପାଇଁ ସବୁ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିୟନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ ହେବ। ଏହି ଲିଗ୍‌ରେ ସର୍ବାଧିକ ଉଇକେଟ ନେଇଥିବା ବୋଲର କିଏ ଜାଣନ୍ତି କି..
କିମ୍ବଦନ୍ତୀ ପେସର୍‌ ଲାସିଥ ମାଲିଙ୍ଗା ଅବସର ନେଇଥାଇ ପାରନ୍ତି କିନ୍ତୁ ସେ ଆଇପିଏଲର ଶ୍ରେଷ୍ଠ ବୋଲର୍‌ ଭାବେ ଖ୍ୟାତି ଅର୍ଜନ କରିଛନ୍ତି। ଏହି ପୂର୍ବତନ ମୁମ୍ବାଇ ଇଣ୍ଡିଆନ ତାରକା ୧୨୨ ମ୍ୟାଚ ଖେଳି ମୋଟ ୧୭୦ ଉଇକେଟ ନେଇଛନ୍ତି।

ଆଇପିଏଲର ପରବର୍ତ୍ତୀ ସିଜନରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳିବାକୁ ଯାଉଥିବା ଲେଗ ସ୍ପିନର ଅମିତ ମିଶ୍ର ଏହି ଟି -୨୦ ଲିଗରେ ୧୫୦୍‌ଟି ମ୍ୟାଚରେ ମୋଟ ୧୬୦ ଉଇକେଟ ନେଇଛନ୍ତି। ସର୍ବାଧିକ ଉଇକେଟ ନେବାରେ ସେ ଦ୍ୱିତୀୟ ସ୍ଥାନରେ ଅଛନ୍ତି।

ପୀୟୁଷ ଚାୱଲା ଏପର୍ଯ୍ୟନ୍ତ ଆଇପିଏଲରେ ୧୬୪ଟି ମ୍ୟାଚରେ ୧୫୬ ଉଇକେଟ ନେଇଛନ୍ତି ଏବଂ ସେ ଟପ -୫ ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି।

ଚେନ୍ନାଇ ସୁପର କିଙ୍ଗ୍ସ ତାରକା ଅଲରାଉଣ୍ଡର ଡ୍ବେନ ବ୍ରାଭୋ ୧୪୦ଟି ମ୍ୟାଚରେ ମୋଟ ୧୫୩ ଉଇକେଟ ନେଇଛନ୍ତି। ସେ ଗୁରୁତ୍ୱପୂର୍ଣ୍ଣ ସମୟରେ ଚେନ୍ନାଇକୁ ଉଇକେଟ ଦିଅନ୍ତି। ସେ ଏହି ତାଲିକାରେ ଚତୁର୍ଥ ସ୍ଥାନରେ ଅଛନ୍ତି।

କେକେଆର୍‌ ପ୍ରତିନିଧିତ୍ୱ କରିବାକୁ ପ୍ରସ୍ତୁତ ଭେଟେରାନ ଅଫ ସ୍ପିନର ହରଭଜନ ସିଂଙ୍କ ଆଇପିଏଲରେ ମୋଟ ୧୫୦ ଉଇକେଟ ନେଇଛନ୍ତି। ସର୍ବାଧିକ ଉଇକେଟ ନେଇଥିବା ବୋଲର ତାଲିକାରେ ସେ ପଞ୍ଚମ ସ୍ଥାନରେ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?