Posted inଜାତୀୟ

ଆମାଜୋନିଆ-୧ ଉତ୍‌କ୍ଷେପଣ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ

ଶ୍ରୀହରିକୋଟା,୨୭।୨: ଆନ୍ଧ୍ରପ୍ରଦେଶର ନେଲୋର ଜିଲାର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ରବିବାର ପୂର୍ବାହ୍ନ ୧୦ଟା ୨୪ରେ ଉପଗ୍ରହ ଆମାଜୋନିଆ-୧ର ଉତ୍‌କ୍ଷେପଣ କରାଯିବ। ଏନେଇ ଶନିବାର ୮ଟା ୫୪ରୁ ସାଢ଼େ ୨୫ ଘଣ୍ଟିଆ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଛି। ପିଏସ୍‌ଏଲଭି-ସି-୫୧ ରକେଟ ସହାୟତାରେ ବ୍ରାଜିଲର ଏହି ଅପ୍ଟିକାଲ ଅବଜରଭେଶନ ସାଟେଲାଇଟ୍‌କୁ ମହାକାଶକୁ ପଠାଯିବ। ଏହା ସହିତ ଅନ୍ୟ ୧୮ଟି ଉପଗ୍ରହକୁ ପ୍ରଥମ ଲଞ୍ଚପ୍ୟାଡ୍‌ରୁ ଊତ୍‌କ୍ଷେପଣ କରାଯିବ। ସେସବୁ ମଧ୍ୟରେ ସ୍ପେସ୍‌ କିଡଜ୍‌ ଇଣ୍ଡିଆର ଏସ୍‌ଡି ସାଟ୍‌( ସତୀଶ ଧାଓ୍ବନ ସାଟ୍‌) ରହିଛି। ସେହିପରି କୋଇମ୍ବାଟୁରର ଶ୍ରୀ ଶକ୍ତି ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି, ଶ୍ରୀପେରୁମ୍ବୁଦୁରର ଜେପିଆର୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ଏବଂ ନାଗପୁରର ଜିଏଚ୍‌ ରାଇସୋନି କଲେଜ ଅଫ୍‌ ଇଞ୍ଜିନିୟରିଂ ଆଦି ୩ ଟି କଲେଜ ପକ୍ଷରୁ ମିଳିତ ଭାବେ ନିର୍ମିତ ହୋଇଥିବା ୟୁନିଟସାଟ୍‌ର ମଧ୍ୟ ଉତ୍‌କ୍ଷେପଣ କରାଯିବ। ଅନ୍ୟ ଉପଗ୍ରହ ମଧ୍ୟରେ ଭାରତର ସିନ୍ଧୁନେତ୍ର, ଆମେରିକାର ସାଇ-୧ ନାନୋକନେକ୍ଟ-୨, ୧୨ଟି ସ୍ପେସ୍‌ ବିଇଇ ଉପଗ୍ରହ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri