ନକଲି ସିମେଣ୍ଟ କାରଖାନା ଠାବ: ୪ ଅଟକ

କଳିଙ୍ଗନଗର,୨୫।୬(ଡି.ଏନ.ଏ.): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଗୋଲଗାଁ ନିକଟରେ ଏକ ନକଲି ସିମେଣ୍ଟ କାରଖାନାକୁ ପୋଲିସ ଗୁରୁବାର ରାତିରେ ଠାବ କରିଛି। ଏଥିସହିତ ଘଟଣାସ୍ଥଳରୁ ପାଖାପାଖି ୨୦୦ ବସ୍ତାରୁ ଊର୍ଦ୍ଧ୍ୱ ସିମେଣ୍ଟ ବସ୍ତା ଜବତ କରିଛି। ଏହି ଘାଟଣାରେ ପୋଲିସ ୪ଜଣ (ସିମେଣ୍ଟ କାରଖାନାର ସୁପରଭାଇଜର, ମାଲିକ, ଟ୍ରକ୍‌ ଡ୍ରାଇଭର ଓ ଟ୍ରକ ମାଲିକ)ଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଏହି ନକଲି କାରଖାନାର ମାଲିକ ଜଣେ ପ୍ରଭାବଶାଳୀ ନେତାଙ୍କ ସମ୍ପର୍କୀୟ ହୋଇଥିବା ଚର୍ଚ୍ଚା ଜୋର ଧରିଛି। ତେବେ ପୋଲିସ ଥାନାରେ ଅଟକ ରଖିଥିବା ବ୍ୟକ୍ତିଙ୍କ ମଧ୍ୟରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଅଛନ୍ତିକି ନାହିଁ ପୋଲିସଠାରୁ କୌଣସି ସୂଚନା ମିଳିନାନହିଁ। ତଦନ୍ତରେ ବାଧା ଉପୁଜିବା ଆଶଙ୍କାରେ ପୋଲିସ ଅଟକ ବ୍ୟକ୍ତିଙ୍କ ନାଁ ସ୍ପଷ୍ଟ କରୁନାହିଁ। ତେବେ ଖୁବ୍‌ଶୀଘ୍ର ଏହାର ପର୍ଦ୍ଦାଫାଶ କରାଯିବ ବୋଲି ପୋଲିସ କହିଛି। ଅନ୍ୟପକ୍ଷରେ ମୁଖ୍ୟ ଅଭିଯୁକ୍ତଙ୍କୁ ଖସାଇ ଦେବାକୁ ପୋଲିସ ଉପରେ ଚାପ ପଡୁଥିବା ଚର୍ଚ୍ଚା ଜୋର ଧରିଛି।
ଯୋଗ୍ୟ, ୨ ବର୍ଷରୁ ଊର୍ଦ୍ଧ୍ୱ ହେବ ଏହି ନକଲି ସିମେଣ୍ଟ କାରଖାନା ଚାଲିଥିଲା। ପୋଲିସ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ଏକ ପୁରୁଣା ରାଇସ ମିଲ ମେଶିନ ପୋଲିସ ଦେଖିଥିଲା। ଏହି ମେଶିନରେରେ ନଷ୍ଟ ହୋଇଯାଇଥିବା ମୁଣ୍ଡା ସିମେଣ୍ଟକୁ ଗୁଣ୍ଡ କରାଯାଇ ଅଲଟ୍ରାଟେକ ନାମ ଲେଖାଥିବା ସିମେଣ୍ଟ ବସ୍ତାରେ ଭର୍ତ୍ତି କରି ବିକ୍ରି କରାଯାଉଥିବା ପୋଲିସ ଜାଣିବାକୁ ପାଇଥିଲା। ଏପରି କି ନକଲି ସିମେଣ୍ଟକୁ ଅସଲି ସିମେଣ୍ଟଠାରୁ ମାତ୍ର ୨୦ରୁ ୩୦ଟଙ୍କା କମ ମୂଲ୍ୟରେ ବିକ୍ରି କରି ସମ୍ପୃକ୍ତ ମାଲିକ ମାଲାମାଲ ହେଉଥିଲେ। ତେବେ କଳିଙ୍ଗନଗର-ଚଣ୍ଡିଖୋଲ ତ୍ୱରିତ ରାଜପଥର ୨୦୦ ମିଟର ଦୂରରେ ଏହି କାରଖାନା ଚାଲୁଥିଲେ ମଧ୍ୟ ପୋଲିସ ଜାଣି ନ ପରିବା ଘଟଣା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri