ରାଜ୍ୟରେ ନକଲି ଔଷଧ କାରବାର ଘଟଣା: ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୨।୭: ରାଜ୍ୟରେ ନକଲି ଔଷଧ କାରବାର ଘଟଣାର ସିବିଆଇ ତଦନ୍ତ ଦାବିକରି ଆମ୍‌ ଜନତା ଅଧିକାର ଟ୍ରଷ୍ଟର ଆବାହକ ବାସୁଦେବ ଭଟ୍ଟ ଗୁରୁବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ଆବେଦନକାରୀ ଭଟ୍ଟ ଏହି ମାମଲାରେ ସିବିଆଇ ନିର୍ଦ୍ଦେଶକ, ରାଜ୍ୟ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ସଚିବଙ୍କ ସମେତ ୫ଜଣଙ୍କୁ ପକ୍ଷଭୁକ୍ତ କରିଛନ୍ତି। ଏହି ମାମଲାରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ତଦନ୍ତ ଫଳପ୍ରଦ ହେବ ନାହିଁ ବୋଲି ପିଟିଶନରେ ଦର୍ଶାଯାଇଛି। ଆଇନଜୀବୀ ବିଭୂତି ଭୂଷଣ ଚୌଧୁରୀ ଏହି ମାମଲା ପରିଚାଳନା କରୁଛନ୍ତି।
ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନରେ ନକଲି ଫାଭିପିରାଭିର ଓ ଅନ୍ୟ ଔଷଧ ବିକ୍ରି ହେଉଥିଲା। ଏ ସମ୍ପର୍କରେ ଜଣାପଡିବା ପରେ କିଛିଦିନ ତଳେ ରାଜ୍ୟର କେତେକ ସ୍ଥାନରେ ଚଢାଉ କରାଯାଇ ବିପୁଳ ପରିମାଣର ନକଲି ଔଷଧ ଜବତ କରାଯାଇଥିଲା। ଏପରିସ୍ଥଳେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଥିଲା, ନକଲି ଔଷଧ କାରବାରକୁ ବରଦାସ୍ତ କରାଯିବ ନାହିଁ। ଏଭଳି କାରବାରରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?