ନକଲି ଔଷଧ ବିକିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୯।୯ (ବ୍ୟୁରୋ):ନକଲି ଔଷଧ ବିକ୍ରି କରୁଥିଲେ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଏନେଇ ରବିବାର ଓଡ଼ିଶା ପୋଲିସ ଟୁଇଟ୍‌ ମାଧ୍ୟମରେ ଔଷଧ ବିକ୍ରେତାଙ୍କୁ ସତର୍କ କରାଇଛି। ଉକ୍ତ ଟୁଇଟ୍‌ରେ ଉଲ୍ଲେଖ କରାଯାଇଛି ଯେ, ଔଷଧ ସଞ୍ଜୀବନୀ ସଦୃଶ। ଏହା ମଣିଷକୁ ମୃତ୍ୟୁ ମୁଖରୁ ରକ୍ଷା କରିଥାଏ। କିନ୍ତୁ କିଛି ଲାଭଖୋର ବ୍ୟବସାୟୀ ଓଡ଼ିଶାର ପ୍ରମୁଖ ସହରଗୁଡ଼ିରେ ନକଲି ଔଷଧର କାରବାର କରି ମନୁଷ୍ୟର ଜୀବନ ସହ ଖେଳୁଛନ୍ତି। ତେଣୁ ନକଲି ଔଷଧ ବିକ୍ରି କରୁଥିଲେ ଏବେଠୁ ସାବଧାନ ହୋଇଯାଅ। ନଚେତ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୌଣସି ବ୍ୟବସାୟୀ ନକଲି ଔଷଧ କାରବାର ସହ ସଂପୃକ୍ତ ଥିବା ପ୍ରମାଣ ମିଳିଲେ ଓଡ଼ିଶା ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସୂଚନା ଦିଆଯାଇଛି। ସୂଚନାନୁସାରେ, ଟେଲ୍‌ମା-୪୦, ଟେଲ୍‌ମା ଏଏମ୍‌ ଔଷଧକୁ ନକଲି କରାଯାଇ ଦାମୀ ବ୍ରାଣ୍ଡ୍‌ କମ୍ପାନୀ ଖୋଳରେ ପ୍ୟାକିଂ କରି ଭୁବନେଶ୍ୱରରେ ବିକ୍ରି କରାଯାଉଥିବା ନେଇ ପ୍ରଥମେ ଅଭିଯୋଗ ଆସିଥିଲା। ଏହାକୁ ଡ୍ରଗ୍ସ କଣ୍ଟ୍ରୋଲର ଗୁରୁତ୍ୱର ସହ ଗ୍ରହଣ କରିଥିଲେ। ବିଭାଗ ପକ୍ଷରୁ ସ୍ବତନ୍ତ୍ର ଟିମ୍‌ ଭୁବନେଶ୍ୱରର ବିଭିନ୍ନ ଔଷଧ ଦୋକାନରେ ଚଢାଉ କରିଥିଲା। ଯାଞ୍ଚ ସମୟରେ ଏହି କାରବାରର ଚେର କଟକକୁ ଲମ୍ବିଥିବା ଜଣାପଡିଥିଲା। ପରବର୍ତ୍ତୀ ସମୟରେ କଟକର ଉକ୍ତ ଔଷଧର ୨ ଷ୍ଟକିଷ୍ଟଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?