ନକଲି ଔଷଧ ବିକିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୯।୯ (ବ୍ୟୁରୋ):ନକଲି ଔଷଧ ବିକ୍ରି କରୁଥିଲେ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଏନେଇ ରବିବାର ଓଡ଼ିଶା ପୋଲିସ ଟୁଇଟ୍‌ ମାଧ୍ୟମରେ ଔଷଧ ବିକ୍ରେତାଙ୍କୁ ସତର୍କ କରାଇଛି। ଉକ୍ତ ଟୁଇଟ୍‌ରେ ଉଲ୍ଲେଖ କରାଯାଇଛି ଯେ, ଔଷଧ ସଞ୍ଜୀବନୀ ସଦୃଶ। ଏହା ମଣିଷକୁ ମୃତ୍ୟୁ ମୁଖରୁ ରକ୍ଷା କରିଥାଏ। କିନ୍ତୁ କିଛି ଲାଭଖୋର ବ୍ୟବସାୟୀ ଓଡ଼ିଶାର ପ୍ରମୁଖ ସହରଗୁଡ଼ିରେ ନକଲି ଔଷଧର କାରବାର କରି ମନୁଷ୍ୟର ଜୀବନ ସହ ଖେଳୁଛନ୍ତି। ତେଣୁ ନକଲି ଔଷଧ ବିକ୍ରି କରୁଥିଲେ ଏବେଠୁ ସାବଧାନ ହୋଇଯାଅ। ନଚେତ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୌଣସି ବ୍ୟବସାୟୀ ନକଲି ଔଷଧ କାରବାର ସହ ସଂପୃକ୍ତ ଥିବା ପ୍ରମାଣ ମିଳିଲେ ଓଡ଼ିଶା ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସୂଚନା ଦିଆଯାଇଛି। ସୂଚନାନୁସାରେ, ଟେଲ୍‌ମା-୪୦, ଟେଲ୍‌ମା ଏଏମ୍‌ ଔଷଧକୁ ନକଲି କରାଯାଇ ଦାମୀ ବ୍ରାଣ୍ଡ୍‌ କମ୍ପାନୀ ଖୋଳରେ ପ୍ୟାକିଂ କରି ଭୁବନେଶ୍ୱରରେ ବିକ୍ରି କରାଯାଉଥିବା ନେଇ ପ୍ରଥମେ ଅଭିଯୋଗ ଆସିଥିଲା। ଏହାକୁ ଡ୍ରଗ୍ସ କଣ୍ଟ୍ରୋଲର ଗୁରୁତ୍ୱର ସହ ଗ୍ରହଣ କରିଥିଲେ। ବିଭାଗ ପକ୍ଷରୁ ସ୍ବତନ୍ତ୍ର ଟିମ୍‌ ଭୁବନେଶ୍ୱରର ବିଭିନ୍ନ ଔଷଧ ଦୋକାନରେ ଚଢାଉ କରିଥିଲା। ଯାଞ୍ଚ ସମୟରେ ଏହି କାରବାରର ଚେର କଟକକୁ ଲମ୍ବିଥିବା ଜଣାପଡିଥିଲା। ପରବର୍ତ୍ତୀ ସମୟରେ କଟକର ଉକ୍ତ ଔଷଧର ୨ ଷ୍ଟକିଷ୍ଟଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri