ପୌରପାଳିକା ନାଁରେ ନକଲି ଫେସବୁକ ଆକାଉଣ୍ଟ

ବାଲେଶ୍ୱର ଅଫିସ, ୬ା୨: ବାଲେଶ୍ୱର ପୌରାଞ୍ଚଳ ନାମରେ ଦୀର୍ଘ ୧ବର୍ଷ ଧରି ନକଲି ଫେସବୁକ୍‌ ଆକାଉଣ୍ଟ ଖୋଲାଯାଇ ବିଭିନ୍ନ ପ୍ରକାର ତଥ୍ୟ ସୋସିଆଲ ମିଡିଆରେ ଅପଲୋଡ୍‌ କରାଯିବା ସହ ଲୋକଙ୍କୁ ଭ୍ରମିତ କରାଯାଉଛି। ଏନେଇ ପୌର ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ଆଶିଷ ଈଶ୍ୱର ପାଟିଲ ଡିଏସ୍‌ପି (ସିଟି)ଙ୍କ ସହ ଆଲୋଚନା କରି ଥାନାରେ ଅଭିଯୋଗ କରିଛନ୍ତି। ପୌର ନିର୍ବାଚନ ପାଖେଇ ଆସୁଥିବା ବେଳେ ପୌରପାଳିକାର ନକଲି ଫେସବୁକ ଆକାଉଣ୍ଟରେ ୪ଜଣ ଅଧ୍ୟକ୍ଷ ପ୍ରାର୍ଥୀଙ୍କ ଫଟୋ ଦେଇ ଲୋକଙ୍କର ମତାମତ ଲୋଡାଯାଇଛି। ଏଭଳି ବିଭ୍ରାନ୍ତିକର ପୋଷ୍ଟିଂ ଦେଖିବା ପରେ ପୌରନିର୍ବାହୀ ଅଧିକାରୀ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ସୂଚନା ଯେ, ୨୦୨୦ ଜାନୁଆରୀ ୩୧ ତାରିଖରେ ଖୋଲାଯାଇଥିବା ଏହି ଆକାଉଣ୍ଟ ସରକାରୀ ବୋଲି ଉଲ୍ଲେଖ ରହିଛି। ୪୨ଜଣ ଏହାକୁ ଲାଇକ୍‌ କରିଥିବା ବେଳେ ୪୬ଜଣ ଏହାକୁ ଫଲୋ କରିଛନ୍ତି। ଏହି ଆକାଉଣ୍ଟରେ ଇଂରାଜୀ ଖବରକାଗଜରେ ପ୍ରକାଶିତ ଖବର ମଧ୍ୟ ପ୍ରକାଶିତ ହୋଇଛି, ଯାହା ପୌରପାଳିକା ବିରୋଧରେ ହଁି ଲେଖାଯାଇଛି। ସେହିପରି ଗତ ୨ତାରିଖ ଅପରାହ୍ନ ୧ଟା ବେଳେ କୋଷ୍ଟ କେନାଲକୁ ନେଇ ଅନ୍ୟ ଏକ ଖବର କାଗଜରେ ପ୍ରକାଶିତ ଖବରକୁ ପ୍ରୋଫାଇଲ ଛବି ଭାବେ ରଖାଯାଇଛି। ଏନେଇ ପୌର ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ପାଟିଲ କହିଛନ୍ତି, ପୌରପାଳିକାର ଗୋଟିଏ ଫେସବୁକ୍‌ ଆକାଉଣ୍ଟ ରହିଛି। ଏଥିରେ ପୌରପାଳିକା ସମ୍ପର୍କିତ ଖବର ପ୍ରକାଶିତ ହୁଏ ଓ ସଚେତନତା ବାର୍ତ୍ତା ପୋଷ୍ଟିଂ କରାଯାଇଥାଏ। ଏବେ ଯାହା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି, ତାହା ଆମ ଆକାଉଣ୍ଟ ନୁହେଁ। କେହି ଜଣେ ଫେକ ଆକାଉଣ୍ଟ ଖୋଲି ପୌରପାଳିକା ନାଁକୁ ବଦନାମ୍‌ କରୁଛି। ଏନେଇ ଥାନାରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri