ନକଲି ବିଦେଶୀ ମଦ ପ୍ରସ୍ତୁତି କାରଖାନା ଠାବ

ଜୟପାଟଣା,୧୯ା୨(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡା ରେ ବୁଧବାର ଏକ ନକଲି ବିଦେଶୀ ମଦ ପ୍ରସ୍ତୁତି କାରଖାନା ଠାବ କରିଛି ସ୍ଥାନୀୟ ଅବକାରୀ ବିଭାଗ। ଜିଲା ଅବକାରୀ ଅଧୀକ୍ଷକ ରଞ୍ଜନ କୁମାର ନାଏକଙ୍କ ନିର୍ଦ୍ଦେଶ କ୍ରମେ ଜୟପାଟଣା ଓ ଧର୍ମଗଡ଼ ଅବକାରୀ ବିଭାଗର ମିଲିତ ଚଢ଼ାଉରେ ବିପୁଳ ପରିମାଣର ବିଦେଶୀ ମଦ ଜବତ କରାଯାଇଛି। ମୁଖିଗୁଡ଼ା ମାଝୀ ପଡ଼ାଠାରେ ଖୁସିରାମ ସାହୁ ଓରଫ କ୍ଷମା ସାହୁ ନିଜ ଘରେ ମେସିନ ବସାଇ ନକଲି ବିଦେଶୀ ମଦ ତିଆରି କରୁଥିବା ସୁରାଗ ପାଇ ମାଡ଼ି ବସିଥିଲା ଅବକାରି ବିଭାଗ। ସେଠାରେ ବିପୁଳ ପରିମାଣର ବିଭିନ୍ନ ବ୍ରାଣ୍ଡର ନକଲି ମଦ, ଲେବଲ, ମଦ ତିଆରି ସାମଗ୍ରୀ ଜବତ କରିଛି ଅବକାରୀ ବିଭାଗ। ଦୀର୍ଘଦିନ ହେଲା ଏଠି ମଦ ପ୍ରସ୍ତୁତ ହୋଇ ବିଭିନ୍ନ ଅଞ୍ଚଳକୁ ଚାଲାଣ ହେଉଥିବା ବେଳେ ଏହାର ଟେର୍‌ ପାଉନଥିଲା ଅବକାରୀ ବିଭାଗ। ନକଲି ମଦ ପ୍ରସ୍ତୁତ କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଥିବା ବେଳେ ଏହି ମଦ ପିଇ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା କ’ଣ ହେଉଥିବ ତାହା ସହଜେ ବାରି ହେଉଛି। ଏ ନେଇ ଅଭିଯୁକ୍ତ ଖୁସିରାମ ସାହୁ ଓରଫ କ୍ଷମା ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏ ଚଢ଼ାଉରେ ଧର୍ମଗଡ ରେଞ୍ଜ ଇନ୍ସପେକ୍ଟର ସୁଧାଂଶୁ ମୁଣ୍ଡା, ଓ. ଆଇ.ସି. ପ୍ରତିମା ବେହେରା ଏବଂ ଜୟପାଟଣା ଅବକାରୀ ଓ.ଆଇ.ସି. ନରେନ୍ଦ୍ର ମିଞ୍ଜ ଙ୍କ ସହିତ ଷ୍ଟାପ ସାମିଲ ଥିଲେ କିନ୍ତୁ ଦୀର୍ଘ ବର୍ଷ ଧରି ଏଠାରେ ନକଲି ବିଦେଶୀ ମଦ କାରଖାନା ଚାଲିଥିବା ବେଳେ ସ୍ଥାନୀୟ ଫାଣ୍ଡି ଅଧିକାରୀଙ୍କ ପାଖରେ କୌଣସି ସୂଚନା ନ ଥିଲା ବୋଲି ସ୍ଥାନୀୟ ବାସିନ୍ଦାଙ୍କ ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri