ନକଲି ବିଦେଶୀ ମଦ କାରଖାନା ଠାବ: କନଷ୍ଟେବଳ, ଜିଲା ପରିଷଦ ସଭ୍ୟ ଗିରଫ

ଢେଙ୍କାନାଳ ଅଫିସ,୩।୧: ଅବକାରୀ ବିଭାଗ ମଙ୍ଗଳବାର ଭୋରରେ ଢେଙ୍କାନାଳ ଜିଲା ଭୁବନ ଥାନା ଅଧୀନ ଏକତାଳି ଗ୍ରାମରେ ଚଢାଉ କରି ଏକ ନକଲି ବିଦେଶୀ ମଦ କାରଖାନା ଠାବ କରିଛି। ଚଢ଼ାଉ ବେଳେ ଅଧିକାରୀମାନେ ଘଟଣାରେ ସମ୍ପୃକ୍ତ ଜଣେ ପୋଲିସ କନଷ୍ଟେବଳ ଏବଂ ଜିଲା ପରିଷଦ ସଭ୍ୟଙ୍କ ସମେତ ୩ଜଣଙ୍କୁ ଗିରଫ କରିଛନ୍ତି।

ଜିଲାପାଳ ସରୋଜ କୁମାର ସେଠୀଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଅବକାରୀ ଅଧୀକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ଅବକାରୀ ବିଭାଗ ଏକ ଟିମ୍‌ ଏକତାଳି ଗ୍ରାମରେ ଚଢ଼ାଉ କରିଥିଲା। ଚଢାଉ ବେଳେ ଅଧିକାରୀମାନେ ୫୧ ଲିଟର ନକଲି ବିଦେଶୀ ମଦ, ବ୍ୟବହୃତ ବିଭିନ୍ନ କେମିକାଲ, ବିଭିନ୍ନ ବ୍ରାଣ୍ଡର ଲେବୁଲ, ବୋତଲ ସହ ଏକ ମଦ ତିଆରି ମେଶିନ ଏବଂ ୨ଟି ଅଫୁଟା ଗୁଳି ଜବତ କରିଥିଲେ। ଘଟଣାରେ ସମ୍ପୃକ୍ତ ଭୁବନ ବ୍ଲକ ଜୋନ-୩ର ବିଜେଡି ଜିଲା ପରିଷଦ ସଭ୍ୟ ସୁବାସ ମାଝି, ପୋଲିସ କନଷ୍ଟେବଳ ସୁଶାନ୍ତ ଦଳେଇ, ଅରବିନ୍ଦ ଦାସଙ୍କୁ ଅବକାରୀ ବିଭାଗ ଗିରଫ କରିଛି। ଗିରଫ ପୋଲିସ କନଷ୍ଟେବଳ ସୁଶାନ୍ତଙ୍କ ନିକଟରୁ ୨ଟି ଗୁଳି ଜବତ ହୋଇଛି । ସୁଶାନ୍ତ ଯାଜପୁର ଜିଲା ଜଖପୁରା ଥାନାରେ କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିଲେ। ସୁଶାନ୍ତ ଓ ସୁବାସଙ୍କ ଘର ଏକତାଳି ଗ୍ରାମରେ। ଅରବିନ୍ଦଙ୍କ ଘର ମୃଦଙ୍ଗା ଗ୍ରାମରେ ବୋଲି ଜିଲା ଅବକାରୀ ଅଧୀକ୍ଷକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri