ନାମୀଦାମୀ କମ୍ପାନୀ ନାଁରେ ନକଲି ଧୂପକାଠି

କଟକ ଅଫିସ,୨୭।୨: କଟକ ଜିଲା ଲାଲବାଗ ଥାନା ଅଧୀନ ଗଙ୍ଗା ମନ୍ଦିର ଅଞ୍ଚଳରେ ଥିବା ଡି.ଆର. ଟ୍ରେଡର୍ସ ନାମକ ଧୂପକାଠି କାରଖାନା ଶନିବାର ଠାବ କରାଯାଇଛି। ସେଠାରୁ ପ୍ରାୟ ୨୫ ଲକ୍ଷ ଟଙ୍କାର ନକଲି ଧୂପକାଠି, ଧୂପକାଠି ପ୍ରସ୍ତୁତ ପାଇଁ ସରଞ୍ଜାମ ଓ ନାମୀଦାମୀ ବ୍ରାଣ୍ଡ୍‌ର ଖୋଳ ଜବତ କରାଯାଇଛି। ଏହି ଘଟଣାରେ କାରଖାନା ମାଲିକଙ୍କ ସମେତ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଥିବା ଲାଲବାଗ ଥାନା ଅଧିକାରୀ ରବିନାରାୟଣ ଭଞ୍ଜ କହିଛନ୍ତି।ଭଞ୍ଜଙ୍କ ସୂଚନା ଅନୁଯାୟୀ, ପ୍ରାୟ ୧୦ ବର୍ଷ ହେବ ଉକ୍ତ କାରଖାନାରେ ଏଭଳି ବେଆଇନ କାରବାର ଚାଲିଥିଲା। ମାଲିକ କଲିକତାରୁ ନକଲି ଧୂପକାଠି ଓ ଅତର କିଣି ଆଣୁଥିଲେ। ପରେ କାରଖାନାରେ ଉକ୍ତ ଧୂପକାଠିରେ ମୋକ୍ଷ ସମାଜ କମ୍ପାନୀର ଧୂପକାଠି ଭଳି ବାସ୍ନା ଦେବା ପାଇଁ ଅତର ମିଶାଉଥିଲେ ା
ଏହାକୁ ଉକ୍ତ କମ୍ପାନୀର ଖୋଳରେ ଭର୍ତ୍ତିକରି ବିକ୍ରି ପାଇଁ ବଜାରକୁ ଛାଡୁଥିଲେ। ଏ ସମ୍ପର୍କରେ ଖବର ମିଳିବା ପରେ ପୋଲିସ ସେଠାରେ ଚଢ଼ାଉ କରିଥିଲା। ଏହି ଧୂପକାଠି କେଉଁ ସ୍ଥାନକୁ ଯାଉଥିଲା ଓ ଏହି ଘଟଣାରେ ଅନ୍ୟ କାହାର ସମ୍ପୃକ୍ତି ଅଛି କି ନାହିଁ ସେ ସମ୍ପର୍କରେ ତଦନ୍ତ ଜାରି ରହିଥିବା ଭଞ୍ଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?