ନୟାଗଡ଼ରେ ନକଲି ଟଙ୍କା କାରଖାନା ଠାବ

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ସହରର ଅମରେନ୍ଦ୍ର ବଜାରରେ ଚାଲିଥିଲା ନକଲି ଟଙ୍କା ଛାପା କାରଖାନା। ବାଇକ୍‌ କିଣିବାବେଳେ ୧ ଲକ୍ଷ ୨୫ ହଜାର ନକଲି ୫୦୦ ଟଙ୍କିଆ ଜବତ ପରେ ଏହା ଦୃଷ୍ଟିକୁ ଆସିଛି। ଥାନାଠାରୁ ପ୍ରାୟ ୫୦୦ ମିଟର ଦୂରରେ ନକଲି ଟଙ୍କା ଛପାଯାଉଥିଲେ ମଧ୍ୟ ଟେର ନ ପାଇବା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନକଲି ଟଙ୍କା ଛପାଇବା ଓ ବାଇକ୍‌ କିଣିବା ବେଳେ ଏହା ଦେବା ଅଭିଯୋଗରେ ଟାଉନ ଥାନା ପୋଲିସ ଓକିଲ ଖଣ୍ଡପଡ଼ା ଥାନା କୋସକା ଫାଣ୍ଡି ଶରଧାପୁର ଗଁାର ଦିବ୍ୟରଞ୍ଜନ ହୋତାଙ୍କୁ ଗିରଫ କରିଛି। ଏହି ଘଟଣାରେ ଅନ୍ୟ ଜଣଙ୍କୁ ପୋଲିସ ଅଟକ ରଖିଛି। ପୋଲିସ ଉକ୍ତ କାରଖାନା ଉପରେ ଚଢ଼ାଉ କରି ନଷ୍ଟ ହୋଇଥିବା କିଛି ୫୦୦ ଓ ୨ ହଜାର ଟଙ୍କିଆ ନୋଟ ଜବତ କରିଛି। ଏହାସହ କମ୍ପ୍ୟୁଟର, ପ୍ରିଣ୍ଟର ଓ ବିଭିନ୍ନ ସରଞ୍ଜାମ ଜବତ କରିଛି। ନକଲି ଟଙ୍କା ଜବତ ଓ ଛାପା କାରଖାନା ଠାବ ପରେ ବଜାରରେ ନକଲି ଟଙ୍କା ବୁଲୁଥିବା ଚର୍ଚ୍ଚା ହେଉଛି। ଆଇଆଇସି ଜୟଦୀପ ମହାନ୍ତିଙ୍କ ସୂଚନା ଅନୁସାରେ ଓକିଲ ଦିବ୍ୟରଞ୍ଜନ ଏକ ବାଇକ୍‌ କିଣିବାକୁ ମଙ୍ଗଳବାର ଶୋ’ରୁମ୍‌କୁ ଯାଇଥିଲେ। ସେଠାରେ ବାଇକ୍‌ ବାବଦକୁ ସେ ୧ ଲକ୍ଷ ୩୦ ହଜାର ଟଙ୍କା ଦେଇଥିଲେ। ତେବେ ଏଥିରୁ ୫ ହଜାର ଟଙ୍କାକୁ ଛାଡିଦେଲେ ଅବଶିଷ୍ଟ ୧ ଲକ୍ଷ ୨୫ ହଜାର ଟଙ୍କା ନକଲି ଥିଲା। ଏ ନେଇ ଶୋ’ରୁମ୍‌ କର୍ତ୍ତୃପକ୍ଷ ଅବଗତ ହେବା ପରେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଆସି ନକଲି ଟଙ୍କା ଜବତ କରିବା ସହ ଓକିଲଙ୍କୁ ଗିରଫ କରିଥିଲା। ଏ ନେଇ ଦଫା ୪୮୯ ବି ଓ ୪୮୯ ସିରେ ମାମଲା (ନଂ.୧୬୬/୨୦) ରୁଜୁ ହୋଇଛି। ଦିବ୍ୟରଞ୍ଜନ ୬ବର୍ଷ ହେଲା ଅମରେନ୍ଦ୍ର ବଜାରରେ ଘରଭଡ଼ା ନେଇ ରହିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?