ନକଲି ନୋଟ୍‌ ଛାପୁଥିବା ର଼୍ୟାକେଟ୍‌ ଠାବ: ୩ ଗିରଫ

ଲଖନପୁର,୨୮ା୧୧(ଡି.ଏନ୍‌.ଏ.)-ଝାରସୁଗୁଡ଼ା ଜିଲା ବନହରପାଲି ଥାନା ପୋଲିସ ନକଲି ନୋଟ୍‌ ଛାପୁ ଥିବା ଏକ ର଼୍ୟାକେଟ୍‌ର ୩ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର ଝାରସୁଗୁଡ଼ା କୋର୍ଟ ଚାଲାଣ କରିଛି ା ଗିରଫ ଅଭିଯୁକ୍ତମାନେ ହେଲେ ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଧୀନ ବାମରାର ମହମ୍ମଦ ଇର୍‌ଫାନ୍‌(୨୪), ମହମ୍ମଦ ଇସ୍ତିଫାକ୍‌ ଆନସରୀ(୩୨) ଓ ବନହରପାଲି ଥାନା ଅଧୀନ ଖଡାମ ଛକ ନିକଟରେ ରହୁଥିବା ମହମ୍ମଦ ଆଜମଲ୍‌(୨୦) ା ସେମାନଙ୍କ ନିକଟରୁ ପୋଲିସ ୯୬ ହଜାର ୩ଶହ ନକଲି ଟଙ୍କା, ନୋଟ୍‌ ଛାପା କଲର ପ୍ରିଣ୍ଟର, ଛାପା ସାମଗ୍ରୀ, ଏକ ବାଇକ୍‌(ନଂ.ଓଡି ୨୩ ଜି ୫୪୨୧) ଜବତ କରିଛି ା ଜବତ ନକଲି ନୋଟ୍‌ ମଧ୍ୟରେ ରହିଛି ୯୧୮ଟି ଶହେ ଟଙ୍କିଆ ଓ ୯ଟି ୫ଶହ ଟଙ୍କିଆ ନୋଟ୍‌ ା ଏନେଇ ବନ୍ଧବାହାଲ ସ୍ବାଧୀନ କମ୍ପ୍ଲେକ୍ସ ନିକଟ ପେଟ୍ରୋଲ ପମ୍ପ ମାଲିକ ବୀରେନ୍ଦ୍ର ସିଂହଙ୍କ ଅଭିଯୋଗକୁ ଭିତ୍ତିକରି ବନହରପାଲି ଥାନାରେ ଏକ ମାମଲା(ନଂ. ୧୮୭/୨୦) ରୁଜୁ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri