ବ୍ରଜରାଜନଗରରେ ଆରମ୍ଭ ହେଲା ଗଣତି

ଝାରସୁଗୁଡ଼ା ଅଫିସ,୩ା୬: ଝାରସୁଗୁଡ଼ା ବଢ଼େଇମୁଣ୍ଡାସ୍ଥିତ ଇଞ୍ଜିନିୟରିଂ ସ୍କୁଲ ପରିସରରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ନିମନ୍ତେ ଭୋଟ ଗଣନା ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବାଲଟ ପେପର ଗଣତି ଆରମ୍ଭ ହୋଇଛି। ପରେ ଇଭିଏମ୍‌ ଗଣତି ଆରମ୍ଭ ହେବ। ମୋଟ୍‌ ୧୪ଟି ଟେବୁଲ ରହିଛି। ଏଥିରେ ୨୦ ରାଉଣ୍ଡ ଭୋଟ୍‌ ଗଣତି ହେବ ବୋଲି ଜଣାପଡ଼ିଛି। ପୋଷ୍ଟାଲ ବାଲଟ ପେପରର ୩୦ ମିନିଟ୍‌ ପରେ ଅର୍ଥାତ ୮ଟା ୩୦ରେ ଇଭିଏମ୍‌ ଭୋଟଗଣତି ହେବ। ଗୋଟିଏ ବୁଥ୍‌ର ଭିଭିପିଏଟି ସ୍ଲିପ୍‌ଗୁଡ଼ିକୁ ଗଣାଯିବ। ଭୋଟଗଣତି କାର୍ଯ୍ୟ ନିମନ୍ତେ ୨୦ ମାଇକ୍ରୋ ଅବଜରଭର, ୨୦ କାଉଣ୍ଟିଂ ସୁପରଭାଇଜର, ୨୦ କାଉଣ୍ଟିଂ ଆସିଷ୍ଟାଣ୍ଟଙ୍କୁ ନିୟୋଜିତ କରାଯାଇଛି। ଏହାଛଡ଼ା ବିଭିନ୍ନ ରାଜନୈତିକ ଦଳ ତରଫରୁ ଭୋଟଗଣତି କାର୍ଯ୍ୟ ନିରୀକ୍ଷଣ କରିବା ପାଇଁ ୬୩ କାଉଣ୍ଟିଂ ଏଜେଣ୍ଟ ଆବେଦନ କରିଛନ୍ତି। ଭୋଟ ଗଣନା କାର୍ଯ୍ୟକୁ ଜନସାଧାରଣ htts//results.ecoigov.inରେ ଦେଖି ପାରିବେ। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମତଗଣନା କେନ୍ଦ୍ର ନିକଟରେ ମିଡିଆ ସେଣ୍ଟର ଖୋଲାଯାଇଛି। ଗଣନା କେନ୍ଦ୍ର ମଧ୍ୟକୁ ଗଣମାଧ୍ୟମ ପ୍ରତିନିଧିତ୍ମାନେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କିମ୍ବା ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହାୟତାରେ ୨-୩ ଜଣ ଲେଖାଏ ପ୍ରବେଶ କରି ଖବର ସଂଗ୍ରହ କରିବାର ବ୍ୟବସ୍ଥା କରାଯାଇଛି ବୋଲି ଲୋହାନୀ ସୂଚନା ଦେଇଛନ୍ତି। ନିର୍ବାଚନରେ ମୋଟ ୨,୧୫,୮୭୮ ଭୋଟର ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri