ମା’ ମଝିଘରିଆଣୀ ମନ୍ଦିରରେ ଚାଲିଛି ଗଣତି, ବାହାରୁଛି ପୁଳାପୁଳା ଟଙ୍କା

ରାୟଗଡ଼ା,୨୪।୭: ରାୟଗଡ଼ାର ଅଧିଷ୍ଠାତ୍ରୀ ମା’ ମଝିଘରିଆଣୀଙ୍କ ଦାନ ହୁଣ୍ଡି ଖୋଲିଛି । ୩ ମାସ ପରେ ହୁଣ୍ଡି ଖୋଲାଯାଇଛି। ଏଥିରୁ ପୁଳାପୁଳା ଟଙ୍କା ବାହାରିଛି। ଯେତେ ଗଣିଲେ ମଧ୍ୟ  ସରୁନି । ଏହି ଟଙ୍କାକୁ  ଗଣିବାକୁ ୨୦୦ ମହିଳା ଲାଗିଛନ୍ତି। ଦେବୋତ୍ତର ବିଭାଗ ଓ ସ୍ଥାନୀୟ ତହସିଲଦାରଙ୍କ ତତ୍ତ୍ୱାବଧାନରେ ଏହି ଗଣତି ଚାଲିଛି।
ପୋଲିସର କଡା ସୁରକ୍ଷା ଭିତରେ ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ୯ଟି ଦାନ ହୁଣ୍ଡି ସକାଳ ୯ରୁ ଖୋଲାଯାଇ ଗଣତି ଚାଲିଛି । ଗଣତି କାର୍ୟ୍ୟରେ ବିଭିନ୍ନ ସଂଗଠନର କର୍ମକର୍ତ୍ତା, ସେଚ୍ଛାସେବୀ ଓ ଛାତ୍ରୀଛାତ୍ରଙ୍କୁ ନିୟୋଜିତ କରାଯାଇଛି । ଗଣତିରେ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ସାମିଲ ହୋଇଛନ୍ତି । ଚଳିତ ଥର ୭୦ ରୁ ୮୦ ଲକ୍ଷ ଟଙ୍କା ମିଳିବ ବୋଲିି ମନ୍ଦିର କମିଟି  ଆଶା ରଖିଛି। ମାର୍ଚ୍ଚ ୧୮ ତାରିଖ ଦିନ ମନ୍ଦିର ପରିସରରେ ଥିବା ସମୁଦାୟ ୯ଟି ଦାନବାକ୍ସରୁ ନଗଦ ଆକାରରେ ୮୯ ଲକ୍ଷ ୭୨ ହଜାର ୨୨୫ ଟଙ୍କା, ୬୨ ଗ୍ରାମ ସୁନା, ୨ କେଜି ୩୦୦ ଗ୍ରାମ ରୁପା ଓ ବିଦେଶୀ ମୁଦ୍ରା ୬୬ଟା, ଅଚଳ ୨ହଜାର ଟଙ୍କା, ୫୦୦ ଟଙ୍କା ମିଳିଥିଲା ।

Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?