ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା

ରାଜନଗର,୪ା୯ (ଭାସ୍କର ରାଉତରାୟ): ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ ଫାଟି ପଡୁଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରଠାରୁ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିଛି। ଭିତରକନିକାଠାରେ ଭିଡ଼ ଜମାଇଥିବା ଦେଶୀୟ ପକ୍ଷୀଙ୍କ ଗଣନା ବନ ବିଭାଗ ପକ୍ଷରୁ ରବିବାରଠାରୁ ଆରମ୍ଭ ହୋଇଛି। ଭିତରକନିକାର କନିକା ରେଞ୍ଜ୍‌ର ଲକ୍ଷ୍ମୀପ୍ରସାଦଡିଆ, ଦୁର୍ଗାପ୍ରସାଦଡିଆ ଓ ମଠଆଡିଆ ସହ ଚଳିତବର୍ଷ ପ୍ରଥମଥର ପାଇଁ ରାଜନଗର ରେଞ୍ଜ୍‌ର ଏକମାଣିଆ ବାଲିଡିଆ ଆଇଲ୍ୟାଣ୍ଡରେ ଦେଶୀୟ ପକ୍ଷୀ ଭିଡ ଜମାଇବା ସହ ବସା କରି ଅଣ୍ଡା ଦେଇଛନ୍ତି। ଚଳିତବର୍ଷ ଡାଙ୍ଗମାଳ ରେଞ୍ଜରେ ୪ଟି ଟିମ୍‌ ଓ ରାଜନଗର ରେଞ୍ଜରେ ଗୋଟିଏ ଟିମ୍‌ ପକ୍ଷୀ ଗଣନା କରୁଛନ୍ତି। ଏହି ଟିମ୍‌ କେତୋଟି ଗଛରେ, କେତୋଟି ବସାରେ ଓ କେତେ ବଡ଼ପକ୍ଷୀ ଓ କେତେ ପକ୍ଷୀ ଶାବକ ସେ ନେଇ ଟିକିନିଖି ଭାବେ ଗଣନା କରୁଛନ୍ତି। ଡାଙ୍ଗମାଳ ରେଞ୍ଜରେ ଫରେଷ୍ଟର ନବୀନ କୁମାର ମଲ୍ଲିକ, ପ୍ରଶାନ୍ତ ସିଂ, ଫରେଷ୍ଟଗାର୍ଡ ସୁନୀଲରଞ୍ଜନ ରାଉତରାୟ, ହେମନ୍ତ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ୪ଟି ଟିମ୍‌ ପ୍ରତିଦିନ ସକାଳ ୬ ଟାରୁ ୯ଟା ଯାଏ ଦେଶୀୟ ପକ୍ଷୀଙ୍କ ଗଣନା କରୁଛନ୍ତି। ରବିବାର ଆରମ୍ଭ ହୋଇଥିବା ଗଣନା ୫ ଦିନ ଧରି ୭ ତାରିଖ ଯାଏ ଚାଲିବ। ପ୍ରତି ଟିମ୍‌ରେ ୫ଜଣ ଲେଖାଏ ବନ କର୍ମଚାରୀ ସାମିଲ ହୋଇଛନ୍ତି। ରାଜନଗର ରେଞ୍ଜରେ ଫରେଷ୍ଟର ବିଜୟ କୁମାର ପାତ୍ରଙ୍କ ନେତୃତ୍ୱରେ ଏକମାଣିଆର ବାଲିଡିଆ ଆଇଲ୍ୟାଣ୍ଡରେ ୫ଜଣିଆ ଟିମ୍‌ ଗଣନା କରୁଛି। ଭିତରକନିକାରେ ଗେଣ୍ଡାଳିଆ, ପାଣିକୁଆ, ଅଞ୍ଜନା, ରାଣୀବଗ, ମଝିଆବଗ, ଖଇରା, ଅନ୍ଧାରିଆବଗ, କାପରଖାଇ, ସାନବଗ, ଦାବେଣ୍ଟିଆ ପ୍ରଭୃତି ଦେଶୀୟ ପକ୍ଷୀ ଭିଡ଼ ଜମାଇଛନ୍ତି।
ଗତବର୍ଷ ଭିତରକନିକାରେ ୧,୧୬୦୭୦ ପକ୍ଷୀ ଭିଡ଼ ଜମାଇ ଥିଲେ। ମଠଆଡ଼ିଆରେ ୬୪,୩୫୮ ପକ୍ଷୀ, ଲକ୍ଷ୍ମୀପ୍ରସାଦଡ଼ିଆରେ ୨୫,୫୦୧, ଦୁର୍ଗାପ୍ରସାଦଡ଼ିଆରେ ୬୭୨୭ ପକ୍ଷୀ ଭିଡ଼ ଜମାଇଥିଲେ। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ଭିଡ ଦେଖିବାକୁ ମିଳିଥିବାରୁ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଭିତରକନିକାକୁ ଜୁନ୍‌ ଶେଷ ଭାଗରୁ ଦେଶୀୟ ପକ୍ଷୀମାନଙ୍କର ଆଗମନ ହୋଇଥାଏ। ମା’ପକ୍ଷୀମାନେ ବସାରେ ଅଣ୍ଡା ଦେଇ ଛୁଆ ଫୁଟାଇବା ପରେ ଛୁଆମାନଙ୍କୁ ସାଙ୍ଗରେ ଧରି ଅକ୍ଟୋବର ଶେଷ ସୁଦ୍ଧା ସେମାନଙ୍କ କର୍ମଭୂମିକୁ ଫେରି ଯାଇଥାନ୍ତି। ମୌସୁମୀର ଆଗମନରେ ଏହି ପକ୍ଷୀମାନେ ଖାଦ୍ୟ ସଂଗ୍ରହ, ବଂଶ ବିସ୍ତାର ଓ ଭିତରକନିକାରେ ରହି ଯାଇଥିବା ବିଦେଶାଗତ ପକ୍ଷୀମାନଙ୍କ ସହ ବନ୍ଧୁତ୍ୱ ସ୍ଥାପନ ପାଇଁ ଦେଶୀୟ ପକ୍ଷୀମାନେ ଏଠାକୁ ଛୁଟି ଆସନ୍ତି। ଜଳବାୟୁର ପରିବର୍ତ୍ତନ ଓ ବିଶ୍ୱ ତାପନର ପ୍ରଭାବ ଯୋଗୁ ଭିତରକନିକାର ଜୈବ ବିବିଧତା ପ୍ରଭାବିତ ହୋଇଥିବାରୁ କ୍ରମାଗତ ଭାବେ ଭିତରକନିକା ଦେଶୀୟ ପକ୍ଷୀ ଠିକଣା ବଦଳାଇବାରେ ଲାଗିଛନ୍ତି। ପୂର୍ବରୁ ବଗଗହନରେ ଦେଶୀୟ ପକ୍ଷୀମାନେ ଭିଡ଼ ଜମାଉଥିଲେ। ୭ବର୍ଷ ହେଲା ବଗଗହନଠାରୁ ୩ କିମି ଦୂର ମଠଆଡ଼ିଆରେ ଦେଶୀୟ ପକ୍ଷୀଙ୍କ କଳରବ ଶୁଭୁଛି। ୨୦୧୯ରୁ ମଠଆଡ଼ିଆ ସହିତ ଲକ୍ଷ୍ମୀପ୍ରସାଦଡ଼ିଆ ଓ ଦୁର୍ଗାପ୍ରସାଦଡ଼ିଆରେ ଦେଶୀୟ ପକ୍ଷୀମାନେ ଭିଡ଼ ଜମାଉଛନ୍ତି। ଚଳିତବର୍ଷ ଏକମାଣିଆର ବାଲିଡ଼ିଆ ଆଇଲ୍ୟାଣ୍ଡ ପକ୍ଷୀଙ୍କ ନୂତନ ଠିକଣା ପାଲଟିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ୨୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଦେଶୀୟ ପକ୍ଷୀମାନେ ବଗଗହନରେ ଭିଡ଼ ଜମାଉଥିଲେ। ସେହି ସ୍ଥାନରେ ପର୍ଯ୍ୟଟକମାନେ ଦେଶୀୟ ପକ୍ଷୀଙ୍କୁ ଦେଖିବା ପାଇଁ ୱାଚ ଟାୱାର ମଧ୍ୟ ନିର୍ମାଣ କରାଯାଇଥିଲା। ମାତ୍ର ଲଗାତର ୭ ବର୍ଷ ହେଲା ବଗଗହନରେ ଗୋଟିଏ ବି ପକ୍ଷୀ ବସା ବାନ୍ଧୁ ନାହାନ୍ତି। ଦେଶୀୟ ପକ୍ଷୀ ବାରମ୍ବାର ଠିକଣା ବଦଳାଉ ଥିବାରୁ ଏହା ପରିବେଶବିତ୍‌ଙ୍କୁ ଆଶ୍ଚର୍ଯ୍ୟ କରିଛି। ପରିବେଶ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ ଓ ସେମାନଙ୍କ ପାଇଁ ଖାଦ୍ୟ ଅଭାବ ଯୋଗୁ ଦେଶୀୟ ପକ୍ଷୀ ବାରମ୍ବାର ଠିକଣା ବଦଳାଉ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri