ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା

ରାଜନଗର,୪ା୯ (ଭାସ୍କର ରାଉତରାୟ): ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ ଫାଟି ପଡୁଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରଠାରୁ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିଛି। ଭିତରକନିକାଠାରେ ଭିଡ଼ ଜମାଇଥିବା ଦେଶୀୟ ପକ୍ଷୀଙ୍କ ଗଣନା ବନ ବିଭାଗ ପକ୍ଷରୁ ରବିବାରଠାରୁ ଆରମ୍ଭ ହୋଇଛି। ଭିତରକନିକାର କନିକା ରେଞ୍ଜ୍‌ର ଲକ୍ଷ୍ମୀପ୍ରସାଦଡିଆ, ଦୁର୍ଗାପ୍ରସାଦଡିଆ ଓ ମଠଆଡିଆ ସହ ଚଳିତବର୍ଷ ପ୍ରଥମଥର ପାଇଁ ରାଜନଗର ରେଞ୍ଜ୍‌ର ଏକମାଣିଆ ବାଲିଡିଆ ଆଇଲ୍ୟାଣ୍ଡରେ ଦେଶୀୟ ପକ୍ଷୀ ଭିଡ ଜମାଇବା ସହ ବସା କରି ଅଣ୍ଡା ଦେଇଛନ୍ତି। ଚଳିତବର୍ଷ ଡାଙ୍ଗମାଳ ରେଞ୍ଜରେ ୪ଟି ଟିମ୍‌ ଓ ରାଜନଗର ରେଞ୍ଜରେ ଗୋଟିଏ ଟିମ୍‌ ପକ୍ଷୀ ଗଣନା କରୁଛନ୍ତି। ଏହି ଟିମ୍‌ କେତୋଟି ଗଛରେ, କେତୋଟି ବସାରେ ଓ କେତେ ବଡ଼ପକ୍ଷୀ ଓ କେତେ ପକ୍ଷୀ ଶାବକ ସେ ନେଇ ଟିକିନିଖି ଭାବେ ଗଣନା କରୁଛନ୍ତି। ଡାଙ୍ଗମାଳ ରେଞ୍ଜରେ ଫରେଷ୍ଟର ନବୀନ କୁମାର ମଲ୍ଲିକ, ପ୍ରଶାନ୍ତ ସିଂ, ଫରେଷ୍ଟଗାର୍ଡ ସୁନୀଲରଞ୍ଜନ ରାଉତରାୟ, ହେମନ୍ତ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ୪ଟି ଟିମ୍‌ ପ୍ରତିଦିନ ସକାଳ ୬ ଟାରୁ ୯ଟା ଯାଏ ଦେଶୀୟ ପକ୍ଷୀଙ୍କ ଗଣନା କରୁଛନ୍ତି। ରବିବାର ଆରମ୍ଭ ହୋଇଥିବା ଗଣନା ୫ ଦିନ ଧରି ୭ ତାରିଖ ଯାଏ ଚାଲିବ। ପ୍ରତି ଟିମ୍‌ରେ ୫ଜଣ ଲେଖାଏ ବନ କର୍ମଚାରୀ ସାମିଲ ହୋଇଛନ୍ତି। ରାଜନଗର ରେଞ୍ଜରେ ଫରେଷ୍ଟର ବିଜୟ କୁମାର ପାତ୍ରଙ୍କ ନେତୃତ୍ୱରେ ଏକମାଣିଆର ବାଲିଡିଆ ଆଇଲ୍ୟାଣ୍ଡରେ ୫ଜଣିଆ ଟିମ୍‌ ଗଣନା କରୁଛି। ଭିତରକନିକାରେ ଗେଣ୍ଡାଳିଆ, ପାଣିକୁଆ, ଅଞ୍ଜନା, ରାଣୀବଗ, ମଝିଆବଗ, ଖଇରା, ଅନ୍ଧାରିଆବଗ, କାପରଖାଇ, ସାନବଗ, ଦାବେଣ୍ଟିଆ ପ୍ରଭୃତି ଦେଶୀୟ ପକ୍ଷୀ ଭିଡ଼ ଜମାଇଛନ୍ତି।
ଗତବର୍ଷ ଭିତରକନିକାରେ ୧,୧୬୦୭୦ ପକ୍ଷୀ ଭିଡ଼ ଜମାଇ ଥିଲେ। ମଠଆଡ଼ିଆରେ ୬୪,୩୫୮ ପକ୍ଷୀ, ଲକ୍ଷ୍ମୀପ୍ରସାଦଡ଼ିଆରେ ୨୫,୫୦୧, ଦୁର୍ଗାପ୍ରସାଦଡ଼ିଆରେ ୬୭୨୭ ପକ୍ଷୀ ଭିଡ଼ ଜମାଇଥିଲେ। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ଭିଡ ଦେଖିବାକୁ ମିଳିଥିବାରୁ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଭିତରକନିକାକୁ ଜୁନ୍‌ ଶେଷ ଭାଗରୁ ଦେଶୀୟ ପକ୍ଷୀମାନଙ୍କର ଆଗମନ ହୋଇଥାଏ। ମା’ପକ୍ଷୀମାନେ ବସାରେ ଅଣ୍ଡା ଦେଇ ଛୁଆ ଫୁଟାଇବା ପରେ ଛୁଆମାନଙ୍କୁ ସାଙ୍ଗରେ ଧରି ଅକ୍ଟୋବର ଶେଷ ସୁଦ୍ଧା ସେମାନଙ୍କ କର୍ମଭୂମିକୁ ଫେରି ଯାଇଥାନ୍ତି। ମୌସୁମୀର ଆଗମନରେ ଏହି ପକ୍ଷୀମାନେ ଖାଦ୍ୟ ସଂଗ୍ରହ, ବଂଶ ବିସ୍ତାର ଓ ଭିତରକନିକାରେ ରହି ଯାଇଥିବା ବିଦେଶାଗତ ପକ୍ଷୀମାନଙ୍କ ସହ ବନ୍ଧୁତ୍ୱ ସ୍ଥାପନ ପାଇଁ ଦେଶୀୟ ପକ୍ଷୀମାନେ ଏଠାକୁ ଛୁଟି ଆସନ୍ତି। ଜଳବାୟୁର ପରିବର୍ତ୍ତନ ଓ ବିଶ୍ୱ ତାପନର ପ୍ରଭାବ ଯୋଗୁ ଭିତରକନିକାର ଜୈବ ବିବିଧତା ପ୍ରଭାବିତ ହୋଇଥିବାରୁ କ୍ରମାଗତ ଭାବେ ଭିତରକନିକା ଦେଶୀୟ ପକ୍ଷୀ ଠିକଣା ବଦଳାଇବାରେ ଲାଗିଛନ୍ତି। ପୂର୍ବରୁ ବଗଗହନରେ ଦେଶୀୟ ପକ୍ଷୀମାନେ ଭିଡ଼ ଜମାଉଥିଲେ। ୭ବର୍ଷ ହେଲା ବଗଗହନଠାରୁ ୩ କିମି ଦୂର ମଠଆଡ଼ିଆରେ ଦେଶୀୟ ପକ୍ଷୀଙ୍କ କଳରବ ଶୁଭୁଛି। ୨୦୧୯ରୁ ମଠଆଡ଼ିଆ ସହିତ ଲକ୍ଷ୍ମୀପ୍ରସାଦଡ଼ିଆ ଓ ଦୁର୍ଗାପ୍ରସାଦଡ଼ିଆରେ ଦେଶୀୟ ପକ୍ଷୀମାନେ ଭିଡ଼ ଜମାଉଛନ୍ତି। ଚଳିତବର୍ଷ ଏକମାଣିଆର ବାଲିଡ଼ିଆ ଆଇଲ୍ୟାଣ୍ଡ ପକ୍ଷୀଙ୍କ ନୂତନ ଠିକଣା ପାଲଟିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ୨୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଦେଶୀୟ ପକ୍ଷୀମାନେ ବଗଗହନରେ ଭିଡ଼ ଜମାଉଥିଲେ। ସେହି ସ୍ଥାନରେ ପର୍ଯ୍ୟଟକମାନେ ଦେଶୀୟ ପକ୍ଷୀଙ୍କୁ ଦେଖିବା ପାଇଁ ୱାଚ ଟାୱାର ମଧ୍ୟ ନିର୍ମାଣ କରାଯାଇଥିଲା। ମାତ୍ର ଲଗାତର ୭ ବର୍ଷ ହେଲା ବଗଗହନରେ ଗୋଟିଏ ବି ପକ୍ଷୀ ବସା ବାନ୍ଧୁ ନାହାନ୍ତି। ଦେଶୀୟ ପକ୍ଷୀ ବାରମ୍ବାର ଠିକଣା ବଦଳାଉ ଥିବାରୁ ଏହା ପରିବେଶବିତ୍‌ଙ୍କୁ ଆଶ୍ଚର୍ଯ୍ୟ କରିଛି। ପରିବେଶ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ ଓ ସେମାନଙ୍କ ପାଇଁ ଖାଦ୍ୟ ଅଭାବ ଯୋଗୁ ଦେଶୀୟ ପକ୍ଷୀ ବାରମ୍ବାର ଠିକଣା ବଦଳାଉ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri