ଆରମ୍ଭ ହେଲା ଭୋଟ ଗଣନା

ଭୁବନେଶ୍ୱର,୪ା୬: ମଙ୍ଗଳବାର ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍‌ ଗଣନା ହେବ। ରାଜ୍ୟର ୭୦ଟି କେନ୍ଦ୍ରରେ ଭୋଟ ଗଣନା ହେବ। ସେଥିରୁ ୬୯ଟିରେ ଇଭିଏମ୍‌ ଏବଂ ଗୋଟିଏ କେନ୍ଦ୍ରରେ ପୋଷ୍ଟାଲ ବାଲଟ ଗଣନା କରାଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ପ୍ରକାଶ କରିଛନ୍ତି।

ସିଇଓ ନିକୁଞ୍ଜ ବିହାରୀ ଧଳ କହିଛନ୍ତି ଯେ, ମୋଟ ୩,୫୮୯ ଟେବୁଲରେ ଭୋଟ ଗଣନା ହେବ। ଭୋଟ ଗଣନା ସକାଶେ ବିଧାନସଭା ପାଇଁ ୧,୭୯୯ ଏବଂ ଲୋକ ସଭା ପାଇଁ ୧,୭୯୦ କାଉଣ୍ଟିଂ ଟେବୁଲ କରାଯାଇଛି। ପ୍ରତ୍ୟେକ ଟେବୁଲରେ ଜଣେ ଲେଖାଏ କାଉଣ୍ଟିଂ ସୁପରଭାଇଜର, ଜଣେ ଆସିଷ୍ଟାଣ୍ଟ କାଉଣ୍ଟିଂ ସୁପରଭାଇଜର, ଜଣେ ମାଇକ୍ରୋ ଅବ୍‌ଜରଭର ରହିବେ।

୬୦ଟି ହଲ୍‌ରେ ଉଭୟ ଲୋକ ସଭା ଓ ବିଧାନସଭା ନିର୍ବାଚନମଣ୍ଡଳୀର ଅଲଗା ଅଲଗା ଟେବୁଲରେ ଗଣନା ହେବ। ମାତ୍ର ୮୭ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଉଭୟ ବିଧାନସଭା ଓ ଲୋକ ସଭା ପାଇଁ ଅଲଗା ଅଲଗା କାଉଣ୍ଟିଂ ସେଣ୍ଟର କରାଯାଇଛି। ଭାରତର ନିର୍ବାଚନ କମିଶନ ଭୋଟ ଗଣନା ତଦାରଖ କରିବାକୁ ୧୨୪ ଜଣ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି।

୧୩୯ ବିଧାନସଭା କ୍ଷେତ୍ରରେ ୩୦ ରାଉଣ୍ଡ ଗଣନା ହେବ। ତେବେ ୮ଟି ବିଧାନସଭା ନିର୍ବାଚନମଣ୍ଡଳୀ ଯଥା ରାଇରଙ୍ଗପୁର, ବିଷମକଟକ, ସାରସକଣା, ଆଳି, ଚିତ୍ରକୁଣ୍ଡା, ପାଟକୁରା, ମୋହନା ଓ ଲୋଇସିଙ୍ଗା ବିଧାନସଭା ନିର୍ବାଚନମଣ୍ଡଳୀରେ ଗଣନା ପାଇଁ ସମୟ ଲାଗିବାକୁ ଥିବାରୁ ସେଠାରେ ୩୦ରୁ ଅଧିକ ରାଉଣ୍ଡ ଗଣନା ହେବ ବୋଲି ସିଇଓ ସୂଚନା ଦେଇଛନ୍ତି। ଚଳିତ ନିର୍ବାଚନରେ ୧ ଲକ୍ଷ ୪୭ ହଜାର ପୋଷ୍ଟାଲ ବାଲଟ ମିଳିଛି। ପ୍ରତି କାଉଣ୍ଟିଂ ସେଣ୍ଟରରେ ଜଣେ ଲେଖାଏ ଏଆରଓ ରହିବେ। ଏଥିସହିତ ତାଙ୍କୁ ସହାୟତା କରିବାକୁ ଅତିରିକ୍ତ ଏଆରଓ ରହିବେ। ସଂସଦୀୟ କ୍ଷେତ୍ର ପାଇଁ ୫୧୭ ଏବଂ ବିଧାନସଭା ପାଇଁ ୭୧୨ ଜଣ ଏଆରଓ ନିୟୋଜିତ ହୋଇଛନ୍ତି। ୨୦ଟି ସଂସଦୀୟ କ୍ଷେତ୍ର ପାଇଁ ଜିଲାପାଳ ତଥା ରିଟର୍ନିଂ ଅଫିସର ରହିବେ। ଭୋଟ ଗଣନା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୬୯ଟି ଷ୍ଟ୍ରଙ୍ଗରୁମ୍‌ରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ସେଠାରେ ୬୦ କମ୍ପାନୀ ଓ ୧ ପ୍ଲାଟୁନ କେନ୍ଦ୍ରୀୟ ସୁରକ୍ଷା ବଳ (ସିଏପିଏଫ୍‌) ଏବଂ ରାଜ୍ୟ ପୋଲିସ ମୁତୟନ ଅଛନ୍ତି। ଭୋଟ ଗଣନା ଓ ଏହା ପରବର୍ତ୍ତୀ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ୮୯ କମ୍ପାନୀ ସିଏପିଏଫ୍‌ ମୁତୟନ କରାଯାଇଛି। ସିଏପିଏଫ୍‌, ଆଇଆରବି କିମ୍ବା ଅନ୍ୟ ରାଜ୍ୟରୁ ଆସିଥିବା ସୁରକ୍ଷା କର୍ମୀ ସାଧାରଣତଃ ନିର୍ବାଚନ ଶେଷ ହେବା ପରେ ଫେରି ଯାଇଥାଆନ୍ତି। ମାତ୍ର ଗୃହ ବିଭାଗ ଅନୁରୋଧକ୍ରମେ ସେହି ସୁରକ୍ଷା କର୍ମୀମାନେ ଆସନ୍ତା ୬ ତାରିଖଯାଏ ରାଜ୍ୟରେ ରହିବେ। ଭୋଟ ଗଣନା କେନ୍ଦ୍ରର ସୁରକ୍ଷା ପାଇଁ ଡବଲ ବ୍ୟାରିକେଟିଂ କରାଯାଇଛି। ଏଥିସହିତ ସିସିଟିଭି ମନିଟରିଂ ପାଇଁ ବ୍ୟବସ୍ଥା ହୋଇଛି। ଗାର୍ଡ ଡାଇରି ଜରିଆରେ ତଥ୍ୟ ରଖାଯିବ। ଭୋଟଗଣନା କେନ୍ଦ୍ର ଭିତରକୁ ମୋବାଇଲ ନେବା ଉପରେ କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri