ଝାରସୁଗୁଡାରେ ଆରମ୍ଭ ହେଲା ଭୋଟ ଗଣତି

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଉପନିର୍ବାଚନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରଥମେ ପୋଷ୍ଟାଲ ବାଲଟ ଏବଂ ୮ଟା ୩୦ ମିନଟ୍‌ରେ ଇଭିଏମ ଗଣତି ଆରମ୍ଭ ହେବ। ଭୋଟ ଗଣତି ନିମନ୍ତେ ସମସ୍ତ ପ୍ରକାର ସୁବ୍ୟବସ୍ଥା କରାଯାଇଥିବା ଜିଲା ପ୍ରଶାସନ ତରଫରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଜିଲା ନିର୍ବାଚନ ଅଧିକାରୀ ଅବଗତ କରାଇଛନ୍ତି।