ତ୍ରିସ୍ତରୀୟ ସୁରକ୍ଷାରେ ହେବ ଭୋଟ ଗଣତି: ସକାଳ ୮ଟାରେ ପୋଷ୍ଟାଲ ବାଲଟ, ସାଢ଼େ ୮ରେ ଖୋଲିବ ଇଭିଏମ୍‌

ନୂଆପଡ଼ା,୧୨ା୧୧ (ମକାରୁ ବେମାଲ)-ନୂଆପଡ଼ା ଉପନିର୍ବାଚନ ମଙ୍ଗଳବାର ଶାନ୍ତିଶୃଙ୍ଖଳାରେ ଶେଷ ହୋଇଯାଇଛି। ଆସନ୍ତା ୧୪ରେ ନୂଆପଡ଼ା ନ୍ୟାଶନାଲ କଲେଜରେ ଭୋଟ ଗଣତି ହେବ। ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲଟ ଗଣତିହେବାକୁ ଥିବାବେଳେ ସାଢେ ୮ଟାରେ ଇଭିଏମ୍‌ ଖୋଲି ଗଣନା କରାଯିବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ ମଧୁସୂଦନ ଦାଶ ଏହି ସୂଚନା ଦେଇଛନ୍ତି ା
ନିର୍ବାଚନମଣ୍ଡଳୀର ୩୫୮ ବୁଥ୍‌ ରହିଥିବାବେଳେ ୧୪ ଟେବୁଲରେ ୨୬ ରାଉଣ୍ଡ ଗଣତି ହେବ। ଗୋଟିଏ କେନ୍ଦ୍ର ଟେବୁଲ ରହିବ। ପ୍ରତି ଟେବୁଲରେ ୩ ଜଣ ଅଧିକାରୀ ରହିବେ। ଜଣେ ଗଣତି ସହ ଅଧିକାରୀ, ଗଣତି ସୁପରଭାଇଜର ଓ ମାଇକ୍ରୋ ଅବଜର୍ଭର ନିଯୁକ୍ତ ହୋଇଛନ୍ତି। ସେହିପରି ଗଣତି ଅବଜର୍ଭର ଓ ନିର୍ବାଚନ ଅଧିକାରୀ ରହିବେ। ଗଣତି ଅବଜର୍ଭର ଗଣତି ପ୍ରକ୍ରିୟାକୁ ଅବଜର୍ଭ କରିବେ। ଭୋଟ ଗଣତି ସମୟରେ ନିୟୋଜିତ ଅଧିକାରୀମାନେ ହିଁ କେନ୍ଦ୍ରକୁ ଯିବେ। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ତତ୍ତ୍ୱାବଧାନରେ ଆବଶ୍ୟକ ପୋଲିସ ଫୋର୍ସ ମୁତୟନ କରାଯାଇ କଡ଼ା ସୁରକ୍ଷା ବଳୟରେ ଗଣତି ହେବ। ଉପନିର୍ବାଚନ ଫଳାଫଳ ଡାକବାଜି ଯନ୍ତ୍ର ମାଧ୍ୟମରେ ସାଧାରଣ ଲୋକେ ଜାଣିପାରିବେ ବୋଲି ଜିଲାପାଳ କହିଛନ୍ତି।
ଉପନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହେବା ପରେ ସମସ୍ତ ଇଭିଏମ୍‌ ସିଲ୍‌ କରାଯାଇ ନ୍ୟାଶନାଲ କଲେଜ ଷ୍ଟ୍ରଙ୍ଗ୍‌ ରୁମ୍‌ରେ ରଖାଯାଇଛି। ସେଠାରେ କେନ୍ଦ୍ରୀୟ ପୋଲିସ ଫୋର୍ସ ପହରା ଦେଉଛନ୍ତି ା ଚଳିତ ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ୮୩.୪୫% ମତଦାନ ହୋଇଛି। ନିର୍ବାଚନମଣ୍ଡଳୀରେ ମୋଟ ୨,୫୪,୪୯୭ ଭୋଟର ମଧ୍ୟରୁ ୨,୧୨,୩୮୫ ଭୋଟିଂ ହୋଇଛି। ମହିଳା ଭୋଟର ମୋଟ ୧,୨୯,୯୩୨ରୁ ୧,୦୮,୫୬୩ ଭୋଟିଂ ହୋଇଥିବା ବେଳେ ପୁରୁଷ ଭୋଟର ୧,୨୪,୫୪୪ରୁ ୧,୦୩,୮୧୭ ଜଣ ଭୋଟ ଦେଇ ନିଜର ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିଛନ୍ତି ା

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri