୮ରୁ ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନ ଭୋଟ ଗଣତି

କଟକ ଅଫିସ,୪।୬: ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନର ଭୋଟ ଗଣତି ଆସନ୍ତା ୮ରୁ ଆରମ୍ଭ ହେବ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। କାଉନ୍‌ସିଲ୍‌ର ନିର୍ବାଚନ ପରିଚାଳନା କରୁଥିବା ରିଟର୍ନିଂ ଅଧିକାରୀ ତଥା ହାଇକୋର୍ଟର ପୂର୍ବତନ ବିଚାରପତି ପ୍ରମଥ ପଟ୍ଟନାୟକ ଏନେଇ ଶନିବାର ନୋଟିସ୍‌ ଜାରି କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନ ଗତ ଏପ୍ରିଲ ୧୫ରେ ଅନୁଷ୍ଠିତ ହୋଇଥିଲା। ସମ୍ବଲପୁରରେ ସେହି ସମୟରେ କର୍ଫ୍ୟୁ ଜାରି ଥିବାରୁ ସେଠାରେ ନିର୍ବାଚନ ହୋଇପାରି ନ ଥିଲା। ହେଲେ ପରବର୍ତ୍ତୀ ସମୟରେ ସମ୍ବଲପୁରରେ ନିର୍ବାଚନ ହୋଇଥିଲା। ରାଜ୍ୟ ବାର୍‌ କାଉନ୍‌ସିଲ୍‌ର ୨୫ଟି ପଦ ନିମନ୍ତେ ୯୬ ଜଣ ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ରାଜ୍ୟରେ ମୋଟ ୩୪,୯୦୮ ଆଇନଜୀବୀ ଭୋଟରଙ୍କ ମତଦାନ ନିମନ୍ତେ ୧୬୭ ପୋଲିଂ ବୁଥ୍‌ କରାଯାଇଥିଲା। ମତଦାନ ନିୟମ ଅନୁଯାୟୀ ଜଣେ ମତଦାତା ସର୍ବନିମ୍ନ ୫ଟି ଭୋଟ ଦେବାକୁ ବାଧ୍ୟ। ୫ରୁ କମ୍‌ ହେଲେ ତାଙ୍କର ମତଦାନ ନାକଚ ହୋଇଯିବ। ସେହିପରି ଜଣେ ସର୍ବାଧିକ ୨୫ଟି ଭୋଟ ଦେଇପାରିବେ। ଦୀର୍ଘ ୧୦ ବର୍ଷ ପରେ ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନ ହୋଇଥିବାରୁ ସମସ୍ତେ ଉତ୍ସୁକତାର ସହ ଫଳାଫଳକୁ ଅପେକ୍ଷା କରିଛନ୍ତି। ଏହି ନିର୍ବାଚନ ଶେଷ ଥର ପାଇଁ ୨୦୧୩ ନଭେମ୍ବରରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri