ତଦାରଖ କମିଟି, ପରିଚାଳନା କମିଟି ଉପସ୍ଥିତିରେ ହିଁ ହେବ ଗଣତି: ଗଜପତି ମହାରାଜ

ପୁରୀ,୧୮ା୭: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରୁ ବାହାରିବା ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୁରୁବାର ଅର୍ଥାତ୍‌ ଆଜି ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା କରାଯାଉଛି। ଗଜପତି କହିଛନ୍ତି, ବାହାର ଏବଂ ଭିତର ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ। କେଉଁ କାଳରୁ କେବେ ମରାମତି ହୋଇଥିଲା, କେହି ଜାଣନ୍ତିନି। ୧୯୭୧ରୁ ଏଏସ୍‌ଆଇ ଦାୟିତ୍ୱ ନେବା ପରେ ଆଦୌ ମରାମତି ହୋଇନି। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର ଆଗ ମରାମତି କରାଯିବ। ମରାମତି କାର୍ଯ୍ୟ ଶେଷ ହେଲା ପରେ ଅଳଙ୍କାର ଗଣତି, ମଣତି ହେବ। ମରାମତି ସମ୍ପୂର୍ଣ୍ଣ ନ ସରିବା ଯାଏ ଗଣତି, ମଣତି କରାଯିବନି। ତଦାରଖ କମିଟି ଓ ପରିଚାଳନା କମିଟି ଉପସ୍ଥିତିରେ ଗଣତି, ମଣତି ହେବ ବୋଲି ଗଜପତି ମହାରାଜ କହିଛନ୍ତି।

ସୂଚନାଯୋଗ୍ୟ, ଗତ ୧୪ ତାରିଖରେ ପ୍ରଥମେ ରତ୍ନଭଣ୍ଡାର ଖୋଲା ଯାଇଥିଲା। କମିଟି ସଦସ୍ୟମାନେ ବାହାର ରତ୍ନଭଣ୍ଡାର ତାଲା ଭାଙ୍ଗି ରତ୍ନଅଳଙ୍କାର ସ୍ଥାନାନ୍ତର ପାଇଁ ପଦକ୍ଷେପ
ନେଇଥିଲେ। ପରେ ନୂଆ ତାଲା ପକାଇ ସିଲ୍‌ କରିଦେଇଥିଲେ। ତେବେ ସମୟ ଅଭାବରୁ ଭିତର ରତ୍ନଭଣ୍ଡାର ଖୋଲାଯାଇ ନ ଥିଲା। କେବଳ ପୁରୁଣା ତାଲା ଭାଙ୍ଗି ନୂଆ ତାଲା ପକାଇ ବାହାରୁ ଚାଲିଆସିଥିଲେ। ରତ୍ନଅଳଙ୍କାର ସ୍ଥାନାନ୍ତର ହୋଇପାରି ନ ଥିତ୍ଲା। ତେଣୁ ଗୁରୁବାର ପୁନର୍ବାର ସମାନ ଏସ୍‌ଓପି ଅନୁଯାୟୀ ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାର ଶ୍ରୀମନ୍ଦିର ଖଟଶେଯ ଘରେ ହୋଇଥିବା ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସମସ୍ତ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ସ୍ନେକ୍‌ ହେଲ୍ପ ଲାଇନ୍‌ ସଦସ୍ୟ, ଓଡ୍ରାଫ ଟିମ୍‌, ଅଗ୍ନିଶମ ବାହିନୀ ଉପସ୍ଥିତ ରହିବେ। ହାଇମାଷ୍ଟ ଲାଇଟ୍‌ ବ୍ୟବସ୍ଥା କରାଯିବ। ସେହିପରି ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି ନେଇ ସ୍ଥିତି ଅନୁଧ୍ୟାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri