ତଦାରଖ କମିଟି, ପରିଚାଳନା କମିଟି ଉପସ୍ଥିତିରେ ହିଁ ହେବ ଗଣତି: ଗଜପତି ମହାରାଜ

ପୁରୀ,୧୮ା୭: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରୁ ବାହାରିବା ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୁରୁବାର ଅର୍ଥାତ୍‌ ଆଜି ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା କରାଯାଉଛି। ଗଜପତି କହିଛନ୍ତି, ବାହାର ଏବଂ ଭିତର ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ। କେଉଁ କାଳରୁ କେବେ ମରାମତି ହୋଇଥିଲା, କେହି ଜାଣନ୍ତିନି। ୧୯୭୧ରୁ ଏଏସ୍‌ଆଇ ଦାୟିତ୍ୱ ନେବା ପରେ ଆଦୌ ମରାମତି ହୋଇନି। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର ଆଗ ମରାମତି କରାଯିବ। ମରାମତି କାର୍ଯ୍ୟ ଶେଷ ହେଲା ପରେ ଅଳଙ୍କାର ଗଣତି, ମଣତି ହେବ। ମରାମତି ସମ୍ପୂର୍ଣ୍ଣ ନ ସରିବା ଯାଏ ଗଣତି, ମଣତି କରାଯିବନି। ତଦାରଖ କମିଟି ଓ ପରିଚାଳନା କମିଟି ଉପସ୍ଥିତିରେ ଗଣତି, ମଣତି ହେବ ବୋଲି ଗଜପତି ମହାରାଜ କହିଛନ୍ତି।

ସୂଚନାଯୋଗ୍ୟ, ଗତ ୧୪ ତାରିଖରେ ପ୍ରଥମେ ରତ୍ନଭଣ୍ଡାର ଖୋଲା ଯାଇଥିଲା। କମିଟି ସଦସ୍ୟମାନେ ବାହାର ରତ୍ନଭଣ୍ଡାର ତାଲା ଭାଙ୍ଗି ରତ୍ନଅଳଙ୍କାର ସ୍ଥାନାନ୍ତର ପାଇଁ ପଦକ୍ଷେପ
ନେଇଥିଲେ। ପରେ ନୂଆ ତାଲା ପକାଇ ସିଲ୍‌ କରିଦେଇଥିଲେ। ତେବେ ସମୟ ଅଭାବରୁ ଭିତର ରତ୍ନଭଣ୍ଡାର ଖୋଲାଯାଇ ନ ଥିଲା। କେବଳ ପୁରୁଣା ତାଲା ଭାଙ୍ଗି ନୂଆ ତାଲା ପକାଇ ବାହାରୁ ଚାଲିଆସିଥିଲେ। ରତ୍ନଅଳଙ୍କାର ସ୍ଥାନାନ୍ତର ହୋଇପାରି ନ ଥିତ୍ଲା। ତେଣୁ ଗୁରୁବାର ପୁନର୍ବାର ସମାନ ଏସ୍‌ଓପି ଅନୁଯାୟୀ ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାର ଶ୍ରୀମନ୍ଦିର ଖଟଶେଯ ଘରେ ହୋଇଥିବା ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସମସ୍ତ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ସ୍ନେକ୍‌ ହେଲ୍ପ ଲାଇନ୍‌ ସଦସ୍ୟ, ଓଡ୍ରାଫ ଟିମ୍‌, ଅଗ୍ନିଶମ ବାହିନୀ ଉପସ୍ଥିତ ରହିବେ। ହାଇମାଷ୍ଟ ଲାଇଟ୍‌ ବ୍ୟବସ୍ଥା କରାଯିବ। ସେହିପରି ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି ନେଇ ସ୍ଥିତି ଅନୁଧ୍ୟାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri