Posted inଜାତୀୟ

ଆତଙ୍କବାଦ ସମର୍ଥନକାରୀ ରାଷ୍ଟ୍ର ମୂଲ୍ୟ ଦିଅନ୍ତୁ

ନୂଆଦିଲ୍ଲୀ,୧୯।୧୧: କେତେକ ରାଷ୍ଟ୍ର ଆତଙ୍କବାଦକୁ ସିଧାସଳଖ ସମର୍ଥନ କରୁଥିବାବେଳେ ଅନ୍ୟ କେତେକ ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଅଟକାଇ ପରୋକ୍ଷରେ ସେମାନଙ୍କୁ ସମର୍ଥନ କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିବା ସହ ପାକିସ୍ତାନ ଓ ଚାଇନାକୁ ପରୋକ୍ଷରେ ସମାଲୋଚନା କରିଛନ୍ତି। ଆତଙ୍କବାଦକୁ ପାଣ୍ଠିଯୋଗାଣ ବିରୋଧରେ ଆୟୋଜିତ ତୃତୀୟ ‘ନୋ ମନି ଫର୍‌ ଟେରର ମିନିଷ୍ଟରିଆଲ୍‌ କନ୍‌ଫରେନ୍ସରେ ଉଦ୍‌ବୋଧନ ଦେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ଏହା କହିଛନ୍ତି। ଆତଙ୍କବାଦକୁ ସମର୍ଥନ କରୁଥିବା ରାଷ୍ଟ୍ର ଉପରେ ମୂଲ୍ୟ ଧାର୍ଯ୍ୟ କରାଯିବା ଉପରେ ସେ ଜୋର୍‌ ଦେଇଛନ୍ତି। ଆତଙ୍କବାଦ ମୁକାବିଲା ଦିଗରେ କୌଣସି ଦ୍ୱିଧା ରହିବା ଉଚିତ ନୁହେଁ। ଆତଙ୍କବାଦକୁ ନିଜର ବିଦେଶ ନୀତି ଭାବେ ଗ୍ରହଣ କରୁଥିବା ଦେଶଗୁଡ଼ିକୁ ପ୍ରଧାନମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି। ଭାରତ ଅନେକ ଆତଙ୍କବାଦୀ ଆକ୍ରମଣ ଶିକାର ହୋଇଛି ଓ ବହୁ ଧନଜୀବନ ନଷ୍ଟ ହୋଇଛି। ଏପରିକି ଗୋଟିଏ ଜୀବନ ଗଲେ ତାହା ବହୁତ। ତେଣୁ ଆତଙ୍କବାଦ ମୂଳପୋଛ ନ ହେବା ପର୍ଯ୍ୟନ୍ତ ଆମେ ବିଶ୍ରାମ ନେବୁ ନାହିଁ। ଉଗ୍ରବାଦକୁ ସମର୍ଥନ ଦେଉଥିବା ଯେକୌଣସି ବ୍ୟକ୍ତିଙ୍କର ଦେଶରେ କୌଣସି ସ୍ଥାନ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ସମ୍ମିଳନୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଥିଲେ, ଆତଙ୍କବାଦ ବିଶ୍ୱର ଶାନ୍ତି ଓ ସୁରକ୍ଷା ପ୍ରତି ବଡ଼ ବିପଦ ଏହା ନିଃସନ୍ଦେହ। ତେବେ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଆତଙ୍କବାଦଠାରୁ ଅଧିକ ବିପଦ ବୋଲି ସେ କହିଛନ୍ତି। ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ବନ୍ଦ କରିବା ଲାଗି ସମସ୍ତେ ଏକ ମନ ଓ ଏକ ଲକ୍ଷ୍ୟ ନେଇ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏହି ସମ୍ମିଳନୀରେ ୭୫ରୁ ଊର୍ଦ୍ଧ୍ୱ ଦେଶରୁ ୪୫୦ ପ୍ରତିନିଧି ଯୋଗ ଦେଇଥିବାବେଳେ ପାକିସ୍ତାନ, ଆଫଗାନିସ୍ତାନ ଓ ଚାଇନା ପ୍ରତିନିଧି ଆସି ନ ଥିଲେ। ଲଶ୍କର-ଇ-ତୋଇବା, ଜୈଶ-ଇ-ମହମ୍ମଦ ସମେତ ଅନେକ ପାକିସ୍ତାନୀ ଆତଙ୍କବାଦୀ ସଂଗଠନର ନେତାଙ୍କୁ ଜାତିସଂଘ ସୁରକ୍ଷା ପରିଷଦର ୧୨୬୭ କମିଟି ତାଲିକାରେ ସାମିଲ କରିବା ଲାଗି ଭାରତ ଦୁଇଦଶନ୍ଧି ହେଲା ବାରମ୍ବାର ଦାବି କରିଆସୁଥିବାବେଳେ ଚାଇନା ଭିଟୋ କ୍ଷମତା ବଳରେ ଏହି ପ୍ରସ୍ତାବକୁ ଅଟକାଉଛି। କେତେକ ଦେଶ ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା ସହ ସୁରକ୍ଷା ପ୍ରଦାନ କରୁଛନ୍ତି, ଯାହା ଆତଙ୍କବାଦକୁ ପ୍ରୋତ୍ସାହିତ କରିବା ସହ ସମାନ। ଏହି ତତ୍ତ୍ୱମାନେ ସେମାନଙ୍କ ଉଦ୍ୟମରେ ଯେପରି କଦାପି ସଫଳ ନ ହେବେ, ତାହା ଆମ ସମସ୍ତଙ୍କର ମିଳିତ ଦାୟିତ୍ୱ ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri