Posted inଜାତୀୟ

କରୋନାକୁ ହରାଇଛି ଦେଶ, ବିଦେଶୀ ରାଷ୍ଟ୍ର ବି କରୁଛନ୍ତି ପ୍ରଶଂସା: ମୋଦି

ନୂଆଦିଲ୍ଲୀ, ୮।୨: ଦେଶ କରୋନା ଲଢ଼େଇରେ ବିଜୟୀ ହୋଇଛି। ଭାରତର ସଫଳତାକୁ ବିଦେଶୀ ରାଷ୍ଟ୍ର ପ୍ରଶଂସା କରୁଛନ୍ତି। ତେବେ ବିରୋଧୀ ଦଳ ପକ୍ଷରୁ ଏହାକୁ ନେଇ ସମାଲୋଚନା କରାଯାଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରାଜ୍ୟ ସଭାରେ କହିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ଉପରେ ହୋଇଥିବା ଚର୍ଚ୍ଚାର ଉତ୍ତରରେ ସେ ଏଭଳି କହିଛନ୍ତି। ସରକାର ଯୋଜନାବଦ୍ଧ ଭାବେ କରୋନା ବିରୋଧରେ ଲଢ଼େଇ ଜାରି ରଖିଥିବା ବେଳେ ବିରୋଧୀଙ୍କ ପାଇଁ ଏହା ଏକ ଉପହାସ ପାଲଟି ଥିବା ମୋଦି ପ୍ରକାଶ କରିଛନ୍ତି। କରୋନା ଲଢ଼େଇରେ ଟିକା ପ୍ରସ୍ତୁତ ହୋଇ ନ ଥିବା ସମୟରେ ଭାରତ ୧୫୦ ଦେଶରେ ଔଷଧ ପହଞ୍ଚାଇ ନିଜର ବିଦେଶନୀତିରୁ ସୁଦୃଢ଼ କରି ପାରିଛି। ଏକ୍ଷେତ୍ରରେ ଦେଶରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କ ସହିତ ମିଳିମିଶି କାର୍ଯ୍ୟ କରୁଛନ୍ତି। ସେହିପରି ସଂସଦରେ ଚାଷୀ ଆନ୍ଦୋଳନକୁ ନେଇ ଚର୍ଚ୍ଚା ହୋଇଛି। ଏପରିସ୍ଥଳେ ବିରୋଧୀ ଦଳ ନୀରବତା ଅବଲମ୍ବନ କରିଥିବା ସେ କହିଛନ୍ତି। ସରକାର ୧୦ କୋଟି ଚାଷୀଙ୍କ ବିକାଶ ଲାଗି ଯୋଜନା କରିଛନ୍ତି। ସଂଶୋଧିତ କୃଷି ଆଇନରେ ସର୍ବନିମ୍ନ ସହାୟକ ମୂଲ୍ୟ ନେଇ କେତେକ ଭ୍ରମାତ୍ମକ ପ୍ରଚାର କରାଯାଉଛି। ତେବେ ସର୍ବନିମ୍ନ ସହାୟକ ଥିଲା, ରହିଛି ଏବଂ ରହିବ ବୋଲି ମୋଦି କହିଛନ୍ତି। ଭାରତ ପୃଥିବୀର ବୃହତ ଗଣତନ୍ତ୍ର। ଦେଶରେ ଗଣତାନ୍ତ୍ରିକ ବ୍ୟବସ୍ଥା ସତ୍ୟ, ଶିବ ଏବଂ ସୁନ୍ଦର ଉପରେ ପର୍ଯ୍ୟବେସିତ ବୋଲି ସେ କହିଛନ୍ତି। ଏହା ସହିତ ମୋଦି କେନ୍ଦ୍ର ସରକାର ବିଭିନ୍ନ କ୍ଷେତ୍ରରେ ହାସଲ କରିଥିବା ସଫଳତା ସମ୍ପର୍କରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri