Posted inଜାତୀୟ

କରୋନାକୁ ହରାଇଛି ଦେଶ, ବିଦେଶୀ ରାଷ୍ଟ୍ର ବି କରୁଛନ୍ତି ପ୍ରଶଂସା: ମୋଦି

ନୂଆଦିଲ୍ଲୀ, ୮।୨: ଦେଶ କରୋନା ଲଢ଼େଇରେ ବିଜୟୀ ହୋଇଛି। ଭାରତର ସଫଳତାକୁ ବିଦେଶୀ ରାଷ୍ଟ୍ର ପ୍ରଶଂସା କରୁଛନ୍ତି। ତେବେ ବିରୋଧୀ ଦଳ ପକ୍ଷରୁ ଏହାକୁ ନେଇ ସମାଲୋଚନା କରାଯାଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରାଜ୍ୟ ସଭାରେ କହିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ଉପରେ ହୋଇଥିବା ଚର୍ଚ୍ଚାର ଉତ୍ତରରେ ସେ ଏଭଳି କହିଛନ୍ତି। ସରକାର ଯୋଜନାବଦ୍ଧ ଭାବେ କରୋନା ବିରୋଧରେ ଲଢ଼େଇ ଜାରି ରଖିଥିବା ବେଳେ ବିରୋଧୀଙ୍କ ପାଇଁ ଏହା ଏକ ଉପହାସ ପାଲଟି ଥିବା ମୋଦି ପ୍ରକାଶ କରିଛନ୍ତି। କରୋନା ଲଢ଼େଇରେ ଟିକା ପ୍ରସ୍ତୁତ ହୋଇ ନ ଥିବା ସମୟରେ ଭାରତ ୧୫୦ ଦେଶରେ ଔଷଧ ପହଞ୍ଚାଇ ନିଜର ବିଦେଶନୀତିରୁ ସୁଦୃଢ଼ କରି ପାରିଛି। ଏକ୍ଷେତ୍ରରେ ଦେଶରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କ ସହିତ ମିଳିମିଶି କାର୍ଯ୍ୟ କରୁଛନ୍ତି। ସେହିପରି ସଂସଦରେ ଚାଷୀ ଆନ୍ଦୋଳନକୁ ନେଇ ଚର୍ଚ୍ଚା ହୋଇଛି। ଏପରିସ୍ଥଳେ ବିରୋଧୀ ଦଳ ନୀରବତା ଅବଲମ୍ବନ କରିଥିବା ସେ କହିଛନ୍ତି। ସରକାର ୧୦ କୋଟି ଚାଷୀଙ୍କ ବିକାଶ ଲାଗି ଯୋଜନା କରିଛନ୍ତି। ସଂଶୋଧିତ କୃଷି ଆଇନରେ ସର୍ବନିମ୍ନ ସହାୟକ ମୂଲ୍ୟ ନେଇ କେତେକ ଭ୍ରମାତ୍ମକ ପ୍ରଚାର କରାଯାଉଛି। ତେବେ ସର୍ବନିମ୍ନ ସହାୟକ ଥିଲା, ରହିଛି ଏବଂ ରହିବ ବୋଲି ମୋଦି କହିଛନ୍ତି। ଭାରତ ପୃଥିବୀର ବୃହତ ଗଣତନ୍ତ୍ର। ଦେଶରେ ଗଣତାନ୍ତ୍ରିକ ବ୍ୟବସ୍ଥା ସତ୍ୟ, ଶିବ ଏବଂ ସୁନ୍ଦର ଉପରେ ପର୍ଯ୍ୟବେସିତ ବୋଲି ସେ କହିଛନ୍ତି। ଏହା ସହିତ ମୋଦି କେନ୍ଦ୍ର ସରକାର ବିଭିନ୍ନ କ୍ଷେତ୍ରରେ ହାସଲ କରିଥିବା ସଫଳତା ସମ୍ପର୍କରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri