Posted inଜାତୀୟ

କରୋନା ଅଗ୍ନିପରୀକ୍ଷାରେ ଦେଶ ସଫଳ ହୋଇଛି: ମୋଦି

ନୂଆଦିଲ୍ଲୀ,୨୩।୨: କରୋନା ମହାମାରୀ ବିରୋଧରେ ଲଢ଼େଇରେ ଦେଶକୁ ସଫଳତା ମିଳିଛି। ଏହା ଏକ ଅଗ୍ନି ପରୀକ୍ଷା ସଦୃଶ ଥିଲା। ତେବେ ଭାରତ ଯୋଜନାବଦ୍ଧ ଭାବେ ବିପଦରୁ ମୁକୁଳି ପାରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କହିଛନ୍ତି। ଆୟୋଜିତ ଏକ ହେଲଥ୍‌ ଓ୍ବେବନରରେ ପ୍ରଧାନମନ୍ତ୍ରୀ ଚଳିତ ବଜେଟରେ ସ୍ବାସ୍ଥ୍ୟ କ୍ଷେତ୍ର ପାଇଁ ଆବଣ୍ଟିତ ହୋଇଥିବା ଅର୍ଥ ବେଶ୍‌ ଉତ୍ସାହ ଜନକ। ଏହାଦ୍ୱାରା ପ୍ରତି ଦେଶବାସୀଙ୍କୁ ଆବଶ୍ୟକ ସ୍ବାସ୍ଥ୍ୟ ସୁବିଧା ମିଳିପାରିବ। ସ୍ବାସ୍ଥ୍ୟ କ୍ଷେତ୍ରର ବିକାଶ ପାଇଁ ଭାରତ ୪ଟିସ୍ତରରେ କାର୍ଯ୍ୟ ଜାରି ରଖିଛି। ପ୍ରଥମସ୍ତରରେ ସ୍ବାସ୍ଥ୍ୟଗତ ସମସ୍ୟାକୁ ରୋକିବା କାର୍ଯ୍ୟ ସମ୍ପନ୍ନ ହେଉଛି। ସେହିପରି ଦ୍ୱିତୀୟସ୍ତରରେ ଗରିବଙ୍କୁ ଶସ୍ତା ଏବଂ ପ୍ରଭାବଶାଳୀ ଚିକିତ୍ସା ସୁଯୋଗ ଯୋଗାଇ ଦିଆଯାଉଛି। ତୃତୀୟସ୍ତରରେ ସ୍ବାସ୍ଥ୍ୟ ସେବା ସେକ୍ଟର ଏବଂ ଚିକିତ୍ସା କ୍ଷେତ୍ରରେ କାର୍ଯ୍ୟ କରୁଥିବା ପେଶାଦାରଙ୍କ ସଂଖ୍ୟା ଏବଂ ଗୁରବର୍ତ୍ତାଯୁକ୍ତ ଚିକତ୍ସା ଉପଲବ୍ଧ କରାଯିବାର ବ୍ୟବସ୍ଥା କରାଯାଉଛି। ସେହିପରି ଚତୁର୍ଥସ୍ତରରେ ଦେଶରେ ସ୍ବାସ୍ଥ୍ୟ ସେବାର ସମ୍ପ୍ରସାରଣ ଇନ୍ଦ୍ରଧନୁଷ ଭଳି ଯୋଜନା ମାଧ୍ୟମରେ କରାଯାଉଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ୨୦୨୫ ସୁଦ୍ଧା ଦେଶରୁ ଟିବି ସମସ୍ୟାର ଲୋପ ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ କରାଯାଉଛି। ସ୍ବାସ୍ଥ୍ୟ ସେବାର ଗୁରୁତ୍ୱକୁ ଉପଲବ୍ଧି କରି ସରକାରଙ୍କ ପକ୍ଷରୁ ଚଳିତ ବଜେଟରେ ଏଥିପାଇଁ ପୂର୍ବ ବଜେଟ ତୁଳନାରେ ୧୩୭ ପ୍ରତିଶତ ଅଧିକ ଅର୍ଥ ଆବଣ୍ଟିତ କରାଯାଇଛି। ଗତ ବଜେଟରେ ଏହା ୯୪,୪୫୨ କୋଟି ଥିବାବେଳେ ଚଳିତ ୨୦୨୧-୨୨ ବଜେଟରେ ଏହା ୨,୨୩,୮୪୬ କୋଟି ଟଙ୍କା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri