Posted inଜାତୀୟ

ତ୍ରିରଙ୍ଗାର ଅପମାନ ନେଇ ଦେଶ ହୋଇଛି ଦୁଃଖୀ: ମୋଦି

ନୂଆଦିଲ୍ଲୀ, ୩୧।୧: ଜାନୁୟାରୀ ୨୬ରେ ଭାରତର ଜାତୀୟ ପତାକା ତ୍ରିରଙ୍ଗାର ଅପମାନ ନେଇ ଦେଶ ଦୁଃଖୀ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତିି। ଅଲ୍‌ ଇଣ୍ଡିଆ ରେଡ଼ିଓର ୭୩ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ସେ ଏଭଳି କହି ଦୁଃଖ ପ୍ରକାଶ କରିଛନ୍ତି। ଦେଶର ଜନତାଙ୍କ ମନରେ ଏନେଇ ଆଘାତ ସୃଷ୍ଟି ହୋଇଥିବା ସେ କହିଛନ୍ତି। ଏହି ଅବସରରେ ମୋଦି ଭାରତୀୟ କ୍ରିକେଟ ଦଳର ଅଷ୍ଟ୍ରେଲିଆ ସିରିଜ୍‌ ବିଜୟ ନେଇ ନିଜର ମନ୍ତବ୍ୟ ରଖିଛନ୍ତି। ଭାରତୀୟ ଦଳ କଠିନ ପରିଶ୍ରମ କରି ଶେଷରେ ଦଳଗତ ଭାବେ ଭଲ ପ୍ରଦର୍ଶନ କରିଥିବା ସେ କହିଛନ୍ତି। ସେହିପରି ଚଳିତ ବର୍ଷ ପଦ୍ମ ପୁରସ୍କାର ସମ୍ମାନରେ ଦେଶର ବହୁ ଅଜଣା ବ୍ୟକ୍ତି ବିଶେଷ ନିଜର ଉଲ୍ଲେଖନୀୟ କାର୍ଯ୍ୟ ମାଧ୍ୟମରେ ଲୋକଲୋଚନକୁ ଆସିପାରିଥିବା ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି। ସେମାନେ ନିଜ ନିଜର କାର୍ଯ୍ୟଦ୍ୱାରା ବହୁ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବା ସହିତ ଦେଶର ବିକାଶ ପଥକୁ ସୁଗମ କରି ପାରିଛନ୍ତି। ମାନବତା ପ୍ରତି ସେମାନଙ୍କର ଯୋଗଦାନ ନେଇ ଦେଶ ପକ୍ଷରୁ ସେମାନଙ୍କୁ ସମ୍ମାନୀତ କରାଯାଇଛି ବୋଲି ସେ କହିଛନ୍ତି। କରୋନା ମହାମାରୀ ବିରୋଧରେ ଲଢ଼େଇରେ ଭାରତ ପୃଥିବୀରେ ଏକ ଉଦାହରଣ ସୃଷ୍ଟି କରିଛି। ଭାରତରେ ସର୍ବବୃହତ୍‌ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମାତ୍ର ୧୫ ଦିନରେ ୩୦ ଲକ୍ଷରୁ ଅଧିକ କରୋନା ଯୋଦ୍ଧାଙ୍କୁ ଟିକାଦାନ କରାଯାଇଛି। ଆମେରିକାରେ ଏଥିପାଇଁ ୧୮ ଦିନ ଏବଂ ବ୍ରିଟେନରେ ୩୬ ଦିନ ସମୟ ଲାଗିଥିବାବେଳେ ଭାରତରେ ଟିକାକରଣ ଅଭିଯାନ ଅଧିକ ବେଗରେ ଜାରି ରହିଛି। ମେଡ୍‌ ଇନ୍‌ ଇଣ୍ଡିଆ ଟିକା ପ୍ରସ୍ତୁତି ଦ୍ୱାରା ଆତ୍ମନିର୍ଭର ଭାରତ ଗୌରବ ବୃଦ୍ଧି ପାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri