Posted inଜାତୀୟ

Covid Update: ଦେଶରେ ୨୪ ଘଣ୍ଟାରେ ୭୫୨ ଆକ୍ରାନ୍ତ ଚିହ୍ନଟ, ୪ ମୃତ

ନୂଆଦିଲ୍ଲୀ,୨୩।୧୨: ଦେଶରେ ପୁଣି କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗୋଟିଏ ଦିନରେ ୭୫୨ କୋଭିଡ ମାମଲା ଚିହ୍ନଟ ହୋଇଛି। ନୂଆ ସଂକ୍ରମିତଙ୍କୁ ମିଶାଇଲେ ବର୍ତ୍ତମାନ କୋଭିଡ ସକ୍ରିୟ ମାମଲା ୩,୪୨୦ରେ ପହଞ୍ଚିଛି। ସେହିଭଳି ୪ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟିଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ରିପୋର୍ଟ ପ୍ରକାଶ ପାଇଛି। ତେବେ ଏହା ୨୦୨୩ ମେ’ ୨୧ ପରଠାରୁ ଅର୍ଥାତ ୭ ମାସ ପରେ ସର୍ବାଧିକ ବୋଲି କୁହାଯାଇଛି। JN.୧ ସବ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ, କୋଭିଡରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ କେରଳରୁ ଦୁଇଜଣ ଏବଂ ରାଜସ୍ଥାନ ଏବଂ କର୍ନାଟକରୁ ଜଣେ ଲେଖାଏ ଅଛନ୍ତି। ବର୍ତ୍ତମାନ ୧୭ ଟି ରାଜ୍ୟରେ କୋଭିଡର ସକ୍ରିୟ ମାମଲା ରହିଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ କେରଳରେ ସର୍ବାଧିକ ୨୬୬ ଜଣ ଥିବାବେଳେ କର୍ଣ୍ଣାଟକରେ (୭୦), ମହାରାଷ୍ଟ୍ର (୧୫), ତାମିଲନାଡୁ (୧୩) ଏବଂ ଗୁଜୁରାଟରେ ୧୨ ରୋଗୀ ଅଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୪.୫୦ କୋଟି(୪,୫୦,୦୭,୯୬୪)ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri