Posted inଜାତୀୟ

ଦେଶ ଗୃହଯୁଦ୍ଧ ଆଡକୁ ଯାଇପାରେ, କହିଲେ ଅଶୋକ ଗେହଲଟ…

କନ୍ୟାକୁମାରୀ, ୭।୯ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବୁଧବାର କେନ୍ଦ୍ର ସରକାର ଏବଂ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରି କହିଛନ୍ତି ଯେ ଦେଶରେ ଜାତି ଓ ଧର୍ମ ନାମରେ ଘୃଣା ବ୍ୟାପିବାରେ ଲାଗିଛି ଏବଂ ଯଦି ଏହି ପରିସ୍ଥିତିକୁ ନିୟନ୍ତ୍ରଣ କରା ନ ଯାଏ ତେବେ ଦେଶ ଗୃହଯୁଦ୍ଧ ଆଡକୁ ଯାଇପାରେ। କଂଗ୍ରେସର ଭାରତ ଯୋଡ ଯାତ୍ରା ଆରମ୍ଭ ପୂର୍ବରୁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଭେଟି କହିଛନ୍ତି ଯେ ସେ ଚାହୁଁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ସଦବୁଦ୍ଧି ମିଳୁ ଏବଂ ସେମାନେ ପରିସ୍ଥିତିକୁ ବୁଝନ୍ତୁ। କଂଗ୍ରେସ ଦଳରେ ସମସ୍ତଙ୍କ ମଧ୍ୟରେ ସମାନ ଭାବନା ରହିଛି ଯେ ରାହୁଲ ଗାନ୍ଧୀ ପୁଣି ଥରେ ଦଳର ଅଧ୍ୟକ୍ଷ ପଦ ଗ୍ରହଣ କରିବା ଉଚିତ।

ସେ କହିଛନ୍ତି ଯେ ରାହୁଲ ଅଧ୍ୟକ୍ଷ ହେଲେ କଂଗ୍ରେସ ମଜବୁତ ହେବ ଏବଂ ସମସ୍ତେ ଏକାଠି କାମ କରିବେ। ଦେଶ ସମ୍ମୁଖୀନ ହେଉଥିବା ଆହ୍ବାନର ମୁକାବିଲା କରିବା ମଧ୍ୟ ସହଜ ହେବ। ଦେଶରେ ଲୋକଙ୍କ ମଧ୍ୟରେ ପ୍ରେମ, ଭାଇଚାରା ଏବଂ ସୌହାର୍ଦ୍ଦ୍ୟ ରହିବା ଉଚିତ। ହିଂସାକୁ ବରଦାସ୍ତ କରାଯିବ ନାହିଁ। ଏନେଇ ଆମେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲୁ କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।

ଦେଶରେ ମାତ୍ରାଧିକ ଧୁବ୍ରୀକରଣ ହୋଇଛି। ଜାତି ଓ ଧର୍ମ ନାମରେ ହିଂସା ବ୍ୟାପିବାରେ ଲାଗିଛି। ଯଦି ଏହି ପରିସ୍ଥିତିକୁ ନିୟନ୍ତ୍ରଣ କରାଯାଇନଥାଏ ତେବେ ସ୍ଥିତି ସଙ୍କଟ ଜନକ ହେବ। ଦେଶ ଚଳାଉଥିବା ପ୍ରଧାନମନ୍ତ୍ରୀ ମୋଦି ଏବଂ ଶାହା ରାହୁଲ ଗାନ୍ଧୀଙ୍କ ଗସ୍ତର ବାର୍ତ୍ତା ବୁଝିିବା ଉଚିତ। ଗେହଲଟ କହିଛନ୍ତି ରାହୁଲ ଗାନ୍ଧୀ ଜଣେ ଗାନ୍ଧୀବାଦୀ ବ୍ୟକ୍ତି ଏବଂ ତାଙ୍କ ହୃଦୟରେ ଘୃଣା ଏବଂ କ୍ରୋଧ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri