Posted inଜାତୀୟ

ଦେଶ ଗୃହଯୁଦ୍ଧ ଆଡକୁ ଯାଇପାରେ, କହିଲେ ଅଶୋକ ଗେହଲଟ…

କନ୍ୟାକୁମାରୀ, ୭।୯ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବୁଧବାର କେନ୍ଦ୍ର ସରକାର ଏବଂ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରି କହିଛନ୍ତି ଯେ ଦେଶରେ ଜାତି ଓ ଧର୍ମ ନାମରେ ଘୃଣା ବ୍ୟାପିବାରେ ଲାଗିଛି ଏବଂ ଯଦି ଏହି ପରିସ୍ଥିତିକୁ ନିୟନ୍ତ୍ରଣ କରା ନ ଯାଏ ତେବେ ଦେଶ ଗୃହଯୁଦ୍ଧ ଆଡକୁ ଯାଇପାରେ। କଂଗ୍ରେସର ଭାରତ ଯୋଡ ଯାତ୍ରା ଆରମ୍ଭ ପୂର୍ବରୁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଭେଟି କହିଛନ୍ତି ଯେ ସେ ଚାହୁଁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ସଦବୁଦ୍ଧି ମିଳୁ ଏବଂ ସେମାନେ ପରିସ୍ଥିତିକୁ ବୁଝନ୍ତୁ। କଂଗ୍ରେସ ଦଳରେ ସମସ୍ତଙ୍କ ମଧ୍ୟରେ ସମାନ ଭାବନା ରହିଛି ଯେ ରାହୁଲ ଗାନ୍ଧୀ ପୁଣି ଥରେ ଦଳର ଅଧ୍ୟକ୍ଷ ପଦ ଗ୍ରହଣ କରିବା ଉଚିତ।

ସେ କହିଛନ୍ତି ଯେ ରାହୁଲ ଅଧ୍ୟକ୍ଷ ହେଲେ କଂଗ୍ରେସ ମଜବୁତ ହେବ ଏବଂ ସମସ୍ତେ ଏକାଠି କାମ କରିବେ। ଦେଶ ସମ୍ମୁଖୀନ ହେଉଥିବା ଆହ୍ବାନର ମୁକାବିଲା କରିବା ମଧ୍ୟ ସହଜ ହେବ। ଦେଶରେ ଲୋକଙ୍କ ମଧ୍ୟରେ ପ୍ରେମ, ଭାଇଚାରା ଏବଂ ସୌହାର୍ଦ୍ଦ୍ୟ ରହିବା ଉଚିତ। ହିଂସାକୁ ବରଦାସ୍ତ କରାଯିବ ନାହିଁ। ଏନେଇ ଆମେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲୁ କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।

ଦେଶରେ ମାତ୍ରାଧିକ ଧୁବ୍ରୀକରଣ ହୋଇଛି। ଜାତି ଓ ଧର୍ମ ନାମରେ ହିଂସା ବ୍ୟାପିବାରେ ଲାଗିଛି। ଯଦି ଏହି ପରିସ୍ଥିତିକୁ ନିୟନ୍ତ୍ରଣ କରାଯାଇନଥାଏ ତେବେ ସ୍ଥିତି ସଙ୍କଟ ଜନକ ହେବ। ଦେଶ ଚଳାଉଥିବା ପ୍ରଧାନମନ୍ତ୍ରୀ ମୋଦି ଏବଂ ଶାହା ରାହୁଲ ଗାନ୍ଧୀଙ୍କ ଗସ୍ତର ବାର୍ତ୍ତା ବୁଝିିବା ଉଚିତ। ଗେହଲଟ କହିଛନ୍ତି ରାହୁଲ ଗାନ୍ଧୀ ଜଣେ ଗାନ୍ଧୀବାଦୀ ବ୍ୟକ୍ତି ଏବଂ ତାଙ୍କ ହୃଦୟରେ ଘୃଣା ଏବଂ କ୍ରୋଧ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?