Posted inଜାତୀୟ

୨୦୨୭ରେ ଦେଶକୁ ମିଳିପାରନ୍ତି ପ୍ରଥମ ମହିଳା ପ୍ରଧାନ ବିଚାରପତି…

ନୂଆଦିଲ୍ଲୀ,୧୮।୮: ସୁପ୍ରିମକୋର୍ଟରେ ବିଚାରପତିଙ୍କ ୯ ଟି ଖାଲି ପଦବୀରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ମଙ୍ଗଳବାର ଦିନ ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଲେଜିୟମର ବୈଠକ ପରେ ବିଚାରପତିଙ୍କ ନିଯୁକ୍ତି ପାଇଁ ସୁପାରିଶ କେନ୍ଦ୍ରକୁ ପଠାଯାଇଛି। ତାଲିକାରେ ୩ ଜଣ ମହିଳା ବିଚାରପତି ଙ୍କ ନାମ ରହିଛି। ଏଥିସହ ଜଣେ ବରିଷ୍ଠ ଓକିଲଙ୍କୁ ସୁପ୍ରିମକୋର୍ଟରେ ସିଧାସଳଖ ନିଯୁକ୍ତି ପାଇଁ ମଧ୍ୟ ସୁପାରିଶ କରାଯାଇଛି। ସୁପାରିଶ ପାଇଁ କେନ୍ଦ୍ରକୁ ପଠାଯାଇଥିବା ତାଲିକାରେ ତେଲେଙ୍ଗାନା ହାଇକୋର୍ଟର ପ୍ରଧାନ ବିଚାରପତି ହିମା କୋହଲି, କର୍ନାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ବି.ଭି ନାଗରାଥନା, ଗୁଜୁରାଟ ହାଇକୋର୍ଟର ଜଜ ବେଲା ତ୍ରିବେଦୀ, କର୍ଣ୍ଣାଟକ ହାଇକୋର୍ଟର ପ୍ରଧାନ ବିଚାରପତି ଏସ ଓକା, ଗୁଜୁରାଟ ହାଇକୋର୍ଟର ପ୍ରଧାନ ବିଚାରପତି ବିକ୍ରମ ନାଥ,ସିକିମ ହାଇକୋର୍ଟର ପ୍ରଧାନ ବିଚାରପତି ଜେ.କେ ମହେଶ୍ୱରୀ, କେରଳ ହାଇକୋର୍ଟର ବିଚାରପତି ଜଷ୍ଟିସ ସିଟି ରବିନ୍ଦ୍ରକୁମାର, ମାଡ୍ରାସ ହାଇକୋର୍ଟର ବିଚାରପତି ଏମ.ଏମ ସୁନ୍ଦରେଶ ପ୍ରମୁଖଙ୍କ ନାମ ରହିଛି। ସେହିପରି ବରିଷ୍ଠ ଆଡଭୋକେଟ ପିଏସ ନରସିଂହଙ୍କୁ ସିଧାସଳଖ ସୁପ୍ରିମକୋର୍ଟର ବିଚାରପତି କରିବାକୁ ସୁପାରିଶ କରାଯାଇଛି।

ଯଦି କେନ୍ଦ୍ର ଏହି ସମସ୍ତ ସୁପାରିଶକୁ ଗ୍ରହଣ କରେ, ତେବେ ଭବିଷ୍ୟତରେ ଜଷ୍ଟିସ ବିକ୍ରମ ନାଥ, ଜଷ୍ଟିସ ବି.ଭି ନାଗରାଥନା ଏବଂ ପିଏସ ନରସିଂହ ଭାରତର ପ୍ରଧାନ ବିଚାରପତି ହୋଇପାରିବେ। ଏପର୍ଯ୍ୟନ୍ତ ସୁପ୍ରିମକୋର୍ଟରେ କୌଣସି ମହିଳା ପ୍ରଧାନ ବିଚାରପତି ହୋଇ ନାହାଁନ୍ତି। କେନ୍ଦ୍ର ଏହି ସୁପାରିଶ୍‌କୁ ମଞ୍ଜୁର କଲେ ଜଷ୍ଟିସ ନାଗରାଥନା ୨୦୨୭ରେ ଦେଶର ପ୍ରଥମ ମହିଳା ପ୍ରଧାନ ବିଚାରପତି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri