ପୁଣି ଲକ୍‌ଡାଉନ୍‌ ମୁହାଁ ଦେଶ, ୧୦ ରାଜ୍ୟର ୨୭ ଜିଲାରେ କରୋନା ବେକାବୁ…

ନୂଆଦିଲ୍ଲୀ,୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ପୁଣି ଆତଙ୍କ ସୃଷ୍ଟି ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ୧୦ ରାଜ୍ୟର ୨୭ ଜିଲାରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଫଳରେ ପୁଣି ଦେଶ ଲକ୍‌ଡାଉନ୍‌ ମୁହାଁ ହୋଇଛି। ଏହାକୁ ନେଇ କେନ୍ଦ୍ର ସରକାରଙ୍କ୍‌ ଚିନ୍ତ ବୃଦ୍ଧି ପାଇଛି। କେତେକ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଛୁଇଁଥିବାବେଳେ ଅନ୍ୟ ଜିଲାରେ ଏହା ୫ ପ୍ରତିଶତ ଉପରେ ରହିଛି।

କରୋନା ସଂକ୍ରମଣକୁ ନିୟନ୍ତ୍ରିତ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ମାର୍ଗଦର୍ଶିକା ପାଳନ ଜାରି କରାଯାଇଛି। କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜୋ ଭୁଷଣ ଏନେଇ ରାଜ୍ୟର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ମଧ୍ୟ ଲେଖା ଯାଇଛି। ମିଜୋରାମ, କେରଳ, ସିକିମ୍‌ ଆଦି ରଜ୍ୟର ୮ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଟପିଛି। ଅନ୍ୟ ୭ ରାଜ୍ୟର ୧୯ ଜିଲାରେ ସଂକ୍ରମଣ ହାର ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି।

ମିଜୋରାମର ହନ୍ନାଥିୟାଲ ଜିଲାରେ ସଂକ୍ରମଣ ହାର ୨୨.୩୭ ପ୍ରତିଶତ ଥିବାବେଳେ ସେରଛିପ୍‌ ଜିଲାରେ ଏହା ୧୯.୨୯ ପ୍ରତିଶତ ରହିଛି। ସେହିପରି ଏଠାକାର ୩ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ରହିଛି। କେରଳର ୨ ଏବଂ ସିକିମ୍‌ର ଗୋଟିଏ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଉପରେ ରହିଛି। ଏହାକୁ ନେଇ ଆରଟିପିସିଆର୍‌ ଟେଷ୍ଟ ସଂଖ୍ୟା ବଢ଼ାଇବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

୧୦ ଦିନରେ କାହିଁକି ତୃତୀୟ ଥର ପାଇଁ ବଢିଲା ପେଟ୍ରୋଲ-ଡିଜେଲ ଦାମ? ଇଣ୍ଡିଆନ ଅଏଲ କହିଲା ଅସଲ କାରଣ

ନୂଆଦିଲ୍ଲୀ,୨୩।୬: ଶନିବାର, ମେ ୨୩, ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ପେଟ୍ରୋଲ ୮୭ ପଇସା ମହଙ୍ଗା ହୋଇଛି, ଯେତେବେଳେ…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri