Posted inଜାତୀୟ

ଦେଶକୁ ମିଳିବେ ପ୍ରଥମ ମହିଳା ପ୍ରଧାନ ବିଚାରପତି, ସୁପ୍ରିମ୍‌କୋର୍ଟଙ୍କ ସୁପାରିଶକୁ କେନ୍ଦ୍ରର ସ୍ବୀକୃତି…

ନୂଆଦିଲ୍ଲୀ,୨୬।୮: ଦେଶକୁ ୨୦୨୭ରେ ଜଣେ ମହିଳା ପ୍ରଧାନବିଚାରପତି ମିଳିବା ନିଶ୍ଚିତ ହୋଇଛି। ସୁପ୍ରିମକୋର୍ଟରେ ବିଚାରପତିଙ୍କ ୯ ଟି ଖାଲି ପଦବୀରେ ନିଯୁକ୍ତି ପାଇଁ ୯ ଜଣଙ୍କ ନାମ ଅଗଷ୍ଟ ୧୮ରେ ସୁପାରିଶ ଲାଗି ପଠାଯାଇଥିଲା। ଏହାକୁ କେନ୍ଦ୍ର ସରକାର ସ୍ବୀକୃତି ଦେଇଛନ୍ତି। ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଲେଜିୟମର ବୈଠକ ପରେ ବିଚାରପତିଙ୍କ ନିଯୁକ୍ତି ପାଇଁ ସୁପାରିଶ କେନ୍ଦ୍ରକୁ ପଠାଯାଇଥିଲା। ତାଲିକାରେ ୩ ଜଣ ମହିଳା ବିଚାରପତିଙ୍କ ନାମ ରହିଛି। ଏଥିସହ ଜଣେ ବରିଷ୍ଠ ଓକିଲଙ୍କୁ ସୁପ୍ରିମକୋର୍ଟରେ ସିଧାସଳଖ ନିଯୁକ୍ତି ପାଇଁ ମଧ୍ୟ ସୁପାରିଶ କରାଯାଇଥିଲା। ସୁପାରିଶ ପାଇଁ କେନ୍ଦ୍ରକୁ ପଠାଯାଇଥିବା ତାଲିକାରେ ତେଲେଙ୍ଗାନା ହାଇକୋର୍ଟର ପ୍ରଧାନ ବିଚାରପତି ହିମା କୋହଲି, କର୍ନାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ବି.ଭି ନାଗରାଥନା, ଗୁଜୁରାଟ ହାଇକୋର୍ଟର ଜଜ ବେଲା ତ୍ରିବେଦୀ, କର୍ଣ୍ଣାଟକ ହାଇକୋର୍ଟର ପ୍ରଧାନ ବିଚାରପତି ଏସ ଓକା, ଗୁଜୁରାଟ ହାଇକୋର୍ଟର ପ୍ରଧାନ ବିଚାରପତି ବିକ୍ରମ ନାଥ,ସିକିମ ହାଇକୋର୍ଟର ପ୍ରଧାନ ବିଚାରପତି ଜେ.କେ ମହେଶ୍ୱରୀ, କେରଳ ହାଇକୋର୍ଟର ବିଚାରପତି ଜଷ୍ଟିସ ସିଟି ରବିନ୍ଦ୍ରକୁମାର, ମାଡ୍ରାସ ହାଇକୋର୍ଟର ବିଚାରପତି ଏମ.ଏମ ସୁନ୍ଦରେଶ ପ୍ରମୁଖଙ୍କ ନାମ ରହିଥିଲା। ସେହିପରି ବରିଷ୍ଠ ଆଡଭୋକେଟ ପିଏସ ନରସିଂହଙ୍କୁ ସିଧାସଳଖ ସୁପ୍ରିମକୋର୍ଟର ବିଚାରପତି କରିବାକୁ ସୁପାରିଶ କରାଯାଇଥିଲା। କେନ୍ଦ୍ର ସରକାର ଏହି ସମସ୍ତ ସୁପାରିଶକୁ ଗ୍ରହଣ କରିଛନ୍ତି। ଫଳରେ ଭବିଷ୍ୟତରେ ଜଷ୍ଟିସ ବିକ୍ରମ ନାଥ, ଜଷ୍ଟିସ ବି.ଭି ନାଗରାଥନା ଏବଂ ପିଏସ ନରସିଂହ ଭାରତର ପ୍ରଧାନ ବିଚାରପତି ହେବାର ଆଶା ରହିଛି। ଏପର୍ଯ୍ୟନ୍ତ ସୁପ୍ରିମକୋର୍ଟରେ କୌଣସି ମହିଳା ପ୍ରଧାନ ବିଚାରପତି ହୋଇ ନାହାଁନ୍ତି। କେନ୍ଦ୍ର ଏହି ସୁପାରିଶ୍‌କୁ ମଞ୍ଜୁର କରିଥିବାରୁ ଜଷ୍ଟିସ ନାଗରାଥନା ୨୦୨୭ରେ ଦେଶର ପ୍ରଥମ ମହିଳା ପ୍ରଧାନ ବିଚାରପତି ହେବାର ସମ୍ଭାବନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?