Posted inଜାତୀୟ

ଦେଶର ପ୍ରଥମ ସମଲିଙ୍ଗୀ ବିଚାରପତି ହେବେ ସୌରଭ କ୍ରିପାଲ…

ନୂଆଦିଲ୍ଲୀ,୧୬।୧୧: ବରିଷ୍ଠ ଆଇନଜୀବୀ ସୌରଭ କ୍ରିପାଲଙ୍କୁ ଦିଲ୍ଲୀ ହାଇକୋର୍ଟର ବିଚାରପତି କରିବାକୁ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ନେଇଛନ୍ତି। ବିଶେଷ କଥା ହେଉଛି ସେ ଭାରତର ପ୍ରଥମ ସମଲିଙ୍ଗୀ ବିଚାରପତି ହେବେ। ଏହି ନିଷ୍ପତ୍ତି ନ୍ୟାୟପାଳିକା ଇତିହାସରେ ଏକ ଉଦାହରଣ ଭାବରେ ଦେଖାଯାଉଛି। ପ୍ରଥମ ଥର ପାଇଁ ସୁପ୍ରିମକୋର୍ଟ କଲେଜିୟମ ସମଲିଙ୍ଗୀ ବିଚାରପତି ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଏନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରା ଏକ ବିବୃତ୍ତି ଜାରି କରାଯାଇଛି। ଯେଉଁଥିରେ କୁହାଯାଇଛି ଯେ ନଭେମ୍ବର ୧୧ରେ କଲେଜିୟମର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସୌରଭ କ୍ରିପାଲଙ୍କ ନାମ ସୁପାରିଶ କରାଯାଇଥିଲା।

ଏହାପୂର୍ବରୁ ଚଳିତ ବର୍ଷ ମାର୍ଚ୍ଚରେ ଭାରତର ପୂର୍ବତନ ପ୍ରଧାନ ବିଚାରପତି ଏ.ଏସ୍‌. ବୋବଡେ ସୌରଭ କ୍ରିପାଲଙ୍କୁ ଜଣେ ବିଚାରପତି ଭାବରେ ନିଯୁକ୍ତ ହେବା ନେଇ ମତାମତ ଦେବାକୁ କେନ୍ଦ୍ର ସରକାରଙ୍କୁ କହିଥିଲେ।

ଏହାପୂର୍ବରୁ, ଚାରିଥର ତାଙ୍କୁ ବିଚାରପତି ନିଯୁକ୍ତ କରିବା ନେଇ ଭିନ୍ନ ଭିନ୍ନ ମତ ଉଠିଥିଲା। ୨୦୧୭ରେ ଦିଲ୍ଲୀ ହାଇକୋର୍ଟର ଜଣେ ବିଚାରପତି ଭାବେ ନିଯୁକ୍ତି ପାଇଁ କଲେଜିୟମ ପ୍ରଥମେ ତାଙ୍କ ନାମ ସୁପାରିଶ କରିଥିଲେ।

ସୌରଭ କ୍ରିପାଲ ଦିଲ୍ଲୀର ସେଣ୍ଟ ଷ୍ଟିଫେନ କଲେଜରୁ ସ୍ନାତକ ହାସଲ କରିଛନ୍ତି। ଏଥି ସହିତ, ସେ ଅକ୍ସଫୋର୍ଡ ୟୁନିଭରସିଟିରୁ ସ୍ନାତକ ଆଇନ ଅଧ୍ୟୟନ କରିଥିଲେ। ସେ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରୁ ଆଇନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ସେ ଗତ ଦୁଇ ଦଶନ୍ଧି ଧରି ସୁପ୍ରିମକୋର୍ଟରେ ଅଭ୍ୟାସ କରୁଛନ୍ତି।

ଜେନେଭାରେ ମିଳିତ ଜାତିସଂଘ ସହିତ କାର୍ଯ୍ୟ କରିବା ସମୟରେ ’ନବତେଜ ସିଂ ଜୋହର ବନାମ ୟୁନିଅନ ଅଫ ଇଣ୍ଡିଆ’ ମାମଲାରେ ସୌରଭଙ୍କ ନାମ ବେଶ ଜଣାଶୁଣା ହୋଇଥିଲା।

ସେ ଧାରା ୩୭୭ ହଟାଇବା ମାମଲାରେ ସେ ଆବେଦନକାରୀଙ୍କ ଆଇନଜୀବୀ ଥିଲେ। ସେପ୍ଟେମ୍ବର ୨୦୧୮ ରେ, ଧାରା ୩୭୭ସମ୍ବନ୍ଧୀୟ ଆଇନ ସୁପ୍ରିମକୋର୍ଟଙ୍କ ଦ୍ୱାରା ରଦ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri