ଦେଶର ପାଓ୍ବାରଫୁଲ ୧୦ ଡିଜି, କାଲି ହେବ ରଣନୀତି, ଶତ୍ରୁପକ୍ଷ…

ଭୁବନେଶ୍ୱର,୨୯।୧୧: ଭୁବନେଶ୍ୱରରେ ହେବ ରଣନୀତି। ସାବାଡ ହେବେ ଶତ୍ରୁ। ଟପ୍‌ ପୋଲିସ ଅଫିସରଙ୍କ ସହ ରଣନୀତି ପ୍ରସ୍ତୁତ କରିବେ ଅଜିତ ଡୋଭାଲ। ତାଙ୍କ ନାଁ ଉଣା ଅଧିକେ ସମନ୍ତେ ଶୁଣିଥିବେ। ହେଲେ ସେ କୌଣସି ସାଧାରଣ ବ୍ୟକ୍ତି ନୁହଁନ୍ତି ବରଂ ଡୋଭାଲ ହେଉଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା। ସେ ବି ଡିଜିପି ସମ୍ମିଳନୀରେ ଯୋଗ ଦେଇଛନ୍ତି। ଆଭ୍ୟନ୍ତରିଣ ଏବଂ ବାହ୍ୟ ସୁରକ୍ଷା ନେଇ ପିଏମଙ୍କ ସହ ମନ୍ତ୍ରଣା କରୁଥିବା ଡୋଭାଲ ଏବେ ଟପ ପୋଲିସ ଅଫିସରଙ୍କୁ ମନ୍ତ୍ର ଦେବେ। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ। ସିଧା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରିପୋର୍ଟ କରନ୍ତି। ପିଏମଙ୍କ ସହ ଉଭୟ ଆଭ୍ୟନ୍ତରିଣ ଏବଂ ବାହ୍ୟ ସୁରକ୍ଷା ନେଇ ମନ୍ତ୍ରଣା କରିଥାନ୍ତି ଡୋଭାଲ।

ତେବେ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ସବୁ ରାଜ୍ୟର ହାପ୍ରୋଫାଇଲ ମୁଖିଆ।
ଆଜିଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ପୋଲିସ ମହାନିର୍ଦ୍ଦେଶକଙ୍କ ମହାସମ୍ମିଳନୀ। ଏହି ତିନି ଦିନିଆ ସର୍ବଭାରତୀୟ ସମ୍ମିଳନୀରେ ବିଭିନ୍ନ ରାଜ୍ୟର ପୋଲିସ ମୁଖିଆ ଯୋଗ ଦେଇଥିବାବେଳେ, ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ତେବେ

ଏହି କନଫରେନ୍ସରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ମୋଦିଙ୍କ ସ୍ବତନ୍ତ୍ର ସଚିବ ପିକେ ମିଶ୍ରଙ୍କ ସହ ପରାମର୍ଶଦାତା ତରୁଣ କପୁର। ମହାସମ୍ମିଳନୀରେ ବି ଯୋଗ ଦେଉଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ କେନ୍ଦ୍ର ଗୃହ ସଚିବ ଗୋବିନ୍ଦ ମୋହନ।

ଦିଲ୍ଲୀ ଦରବାରରେ ସବୁଠୁ ପାୱାରଫୁଲ ଓଡ଼ିଆ ଅଫିସର ପିକେ ମିଶ୍ର। କୁହାଯାଏ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ରଣନୀତିକାରଙ୍କ ମଧ୍ୟରୁ ଅନ୍ୟତମ। ସେହିପରି ସମ୍ମିଳନୀରେ ଯୋଗ ଦେଇଛନ୍ତି ଭାରତୀୟ ଗୁଇନ୍ଦା ବ୍ୟୁରୋର ନିର୍ଦ୍ଦେଶକ ତପନ କୁମାର ଡେକା ଏବଂ ପ୍ରମୁଖ ବୈଷୟିକ ଗୁଇନ୍ଦା ଏଜେନ୍ସି ନ୍ୟାସନାଲ ଟେକ୍ନିକାଲ ଇଣ୍ଟେଲିଜେନ୍ସ ଅର୍ଗାନାଇଜେସନ- ଏନଟିଆରଓର ଅଧ୍ୟକ୍ଷ ଅରୁଣ କୁମାର ସିହ୍ନା। ସେହିପରି ଦେଶର ପ୍ରମୁଖ ତଦନ୍ତକାରୀ ସଂସ୍ଥା ସିବିଆଇ ନିର୍ଦ୍ଦେଶକ ପ୍ରବୀଣ ସୂଦ ମଧ୍ୟ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକର ଅଂଶ ପାଲଟିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri